ବ୍ୟାଙ୍କରୁ ୧ କୋଟି ୧୬ ଲକ୍ଷ ଠକେଇ

ଭୁବନେଶ୍ୱର, ୨୨ା୧୨(ବ୍ୟୁରୋ): ଏକ ଘରୋଇ ବ୍ୟାଙ୍କର ଆସିଷ୍ଟାଣ୍ଟ ମ୍ୟାନେଜର ବିଭିନ୍ନ ଗ୍ରାହକଙ୍କ ଆକାଉଣ୍ଟରୁ ୧ କୋଟି ୧୬ ଲକ୍ଷ ଟଙ୍କାର ଲୋନ୍‌ ଉଠାଇନେଇଛନ୍ତି। ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଫିକ୍ସ ଡିପୋଜିଟ୍‌ରୁ ୭ଲକ୍ଷ ଟଙ୍କା ଲୋନ୍‌ ନେଇଥିବା ଜଣାପଡ଼ିବା ପରେ ଘଟଣା ପଦାକୁ ଆସିଛି। ଠକାମିର ଶିକାର ହୋଇଥିବା ଭୁବନେଶ୍ୱର ଘାଟିକିଆର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହୃଷିକେଶ ଭୁଜବଳଙ୍କ ଅଭିଯୋଗକ୍ରମେ ଭରତପୁର ଥାନା ପୋଲିସ ବ୍ୟାଙ୍କର ପୂର୍ବତନ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ଭରତପୁର ଥାନା ଅଧୀନ ମହାଲକ୍ଷ୍ମୀ ବିହାରରେ ରହୁଥିବା ମୟୂରଭଞ୍ଜ ଜିଲା ବାରିପଦା ଥାନା ଅଞ୍ଚଳର ନୀନା ନାଏକ (୪୦)। ତାଙ୍କଠାରୁ ଠକେଇ ସମ୍ପର୍କିତ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି। ଠକାମିର ଶିକାର ହୋଇଥିବା ଅନେକ ଗ୍ରାହକ ଆଗକୁ ଅଭିଯୋଗ କରିବେ ବୋଲି ତଦନ୍ତକାରୀ ଅଫିସର ବିଜୟ ଦାଶ କହିଛନ୍ତି।
ସୂଚନା ଅନୁଯାୟୀ, ହୃଷିକେଶ ନିଜର ଅବସରକାଳୀନ ପ୍ରାପ୍ୟ(ପେନ୍‌ସନ୍‌) ରାଶି ୧୦ଲକ୍ଷ ଟଙ୍କାକୁ ଅକ୍ଟୋବର ୧୬ରେ ଘାଟିକିଆସ୍ଥିତ ଏକ ଘରୋଇ ବ୍ୟାଙ୍କ ଶାଖାରେ ଫିକ୍ସ ଡିିପୋଜିଟ୍‌ କରିଥିଲେ। ଏହି ବ୍ୟାଙ୍କର ଆସିଷ୍ଟାଣ୍ଟ ମ୍ୟାନେଜର ମୀନା ଉକ୍ତ ଟଙ୍କାରୁ ୭ଲକ୍ଷ ଟଙ୍କା ଲୋନ୍‌ ଉଠାଇ ନିଜ ସମ୍ପର୍କୀୟଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିଦେଇଥିଲେ। ହୃଷିକେଶ ବ୍ୟାଙ୍କ ଆସି ବୁଝିବାରୁ ଉକ୍ତ ଟଙ୍କାରୁ ଲୋନ୍‌ ହୋଇଥିବା ଜାଣିବାକୁ ପାଇଥିଲେ। ତେବେ ସେ କୌଣସି ଲୋନ୍‌ ନେଇ ନ ଥିବା ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ପରେ ଯାଞ୍ଚ କରାଯିବାରୁ ଆସିଷ୍ଟାଣ୍ଟ୍‌ ମ୍ୟାନେଜର ମୀନା ବ୍ୟାଙ୍କ ଚେକ୍‌ରେ ଦସ୍ତଖତ ନେଇ ଟଙ୍କା ହଡପ କରିଥିବା ଜଣାପଡ଼ିଥିଲା। ଏହାପରେ ତାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ତେବେ ବ୍ୟାଙ୍କ ପକ୍ଷରୁ ଅଡିଟ୍‌ କରାଯିବା ପରେ ମୀନା ଏହିପରି ଅନେକ ଗ୍ରାହକଙ୍କ (ଫିକ୍ସ ଡ଼ିପୋଜିଟ୍‌, ପେନସନ୍‌ ଆକାଉଣ୍ଟ, ଗୋଲ୍ଡ ଲୋନ୍‌) ଆକାଉଣ୍ଟରୁ ୧ କୋଟି ୧୬ଲକ୍ଷ ୮୭ହଜାର ଟଙ୍କା ଉଠାଇନେଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ। ତେବେ ବ୍ୟାଙ୍କ ପକ୍ଷରୁ ଟଙ୍କା ଫେରାଇ ଦିଆଯିବ ବୋଲି ହୃଷିକେଶଙ୍କୁ କୁହାଯାଇଥିଲା। ମାତ୍ର ଟଙ୍କା ନ ମିଳିବାରୁ ସେ ସୋମବାର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଏକ ମାମଲା (ନଂ.୪୩୯/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?