ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.) ନୟାଗଡ଼ ଜିଲାର ଦୁଇ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଅବକାରୀ ବିଭାଗର ଏଏସ୍‌ଆଇ ଆକ୍ରମଣ ଘଟଣାକୁ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଶୁକ୍ରବାର ନୟାଗଡ଼ ଜିଲା ଅବକାରୀ ବିଭାଗ ପକ୍ଷରୁ ଏକ ସରକାରୀ ମଦ ଦୋକାନରେ ଚଢ଼ାଉ କରି ନକଲି ମଦ ଜବତ କରି ଅବକାରୀ ବିଭାଗ ମୋବାଇଲ କାର୍ଯ୍ୟାଳୟକୁ ଆଣି ରଖିଥିବା ବେଳେ ଖବର ସଂଗ୍ରହ କରି ବାକୁ ଯାଇ ଜବତ ମଦର ଫଟୋ ଓ ଭିଡିଓ ଉତ୍ତୋଳନ କରୁଥିବା ବେଳେ ଏସ୍‌ଆଇ ଧନଞ୍ଜୟ ପାତ୍ର ଓ ଜଣେ କନଷ୍ଟେବଳ ଖବରଦାତାମାନଙ୍କୁ ଧକ୍କା ମାରିବା ସହ ଗାଳିଗୁଲଜ କରିଥିଲେ। ଯାହାକୁ ନେଇ ନୟାଗଡ଼ ଥାନାରେ ଏକ ମାମଲା ଦାୟର ହୋଇଥିଲା। ଜିଲା ଖବରଦାତାମାନେ ନ୍ୟାୟ ପାଇଁ ରାତି ସାରା ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ଏହି ଘଟଣାକୁ କନ୍ଧମାଳ ଉତ୍କଳ ଖବରଦାତା ସଂଘ ସଭାପତି ସନ୍ତୋଷ କୁମାର ଦାଶ, ସୁବାସ ଚନ୍ଦ୍ର ପ୍ରଧାନ, ଫିଲିମୋହନ ନାୟକ, ସୁବାସ ଚନ୍ଦ୍ର ମହାରଣା, ସଞ୍ଜୟ କୁମାର ପାଣିଗ୍ରାହୀ, ମନୋରଞ୍ଜନ ରାୟ, ପ୍ରେମଚାନ୍ଦସିଂ, ବସନ୍ତ ବେହେରା, ହିମାଂଶୁ ବେହେରା, ପ୍ରଶାନ୍ତ ବେହେରା, ରମେଶ ପ୍ରଧାନ ପ୍ରମୁଖ ଦୃଢ଼ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ମଧ୍ୟ ଏହାର ଦୃଢ଼ ପ୍ରତିବାଦ କରିବ ବୋଲି ଏକ ପ୍ରେସ୍‌ ବିବୃତ୍ତିରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri