ଆକର୍ଷଣ ସାଜିଲା ସାଂସ୍କୃତିକ କାର୍ଯ୍ୟକ୍ରମ

ବୌଦ୍ଧ, ୧୪।୧(ସ୍ବ.ପ୍ର.): ପରମ୍ପରା ଓ ସଂସ୍କୃତିର ବାର୍ତ୍ତା ନେଇ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବୌଦ୍ଧ ମହୋତ୍ସବ, ପଲ୍ଳୀଶ୍ରୀ ମେଳା ଓ ବୟନିକା ହସ୍ତତନ୍ତ ପ୍ରଦର୍ଶନୀର ଶୁକ୍ରବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ସନ୍ଧ୍ୟାରେ ଆୟୋଜିତ ସଭାରେ ଜିଲା ସଂସ୍କୃତି ପରିଷଦର ଅଧ୍ୟକ୍ଷ ତଥା ଜିଲାପାଳ ସତ୍ୟରଞ୍ଜନ ସାହୁ ଅଧ୍ୟକ୍ଷତା କରିଥିଲେ। ସଭାରେ ଅତିଥିଭାବେ ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ, ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ, ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନ କୁମାର ମେହେର ଯୋଗଦେଇଥିଲେ। ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ପରିବେଷଣ ହୋଇଥିଲା। ଚଳିତବର୍ଷ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ସହିତ ଯୋଡି ହୋଇଛି ବୟନିକାର ରାଜ୍ୟସ୍ତରୀୟ ହସ୍ତତନ୍ତ୍ର ପ୍ରଦର୍ଶନୀ। ଫଳରେ ଚଳିତବର୍ଷ ମହୋତ୍ସବ ଅଧିକ ସୁନ୍ଦର ଆକର୍ଷଣୀୟ ହୋଇଛି। ଦ୍ୱିତୀୟ ଦିବସ ସନ୍ଧ୍ୟାରେ ପ୍ରଥମେ ମଞ୍ଚରେ ହକି ବିଶ୍ୱକପ୍‌ ମ୍ୟାଚର ସିଧା ପ୍ରସାରଣ କରାଯାଇଥିଲା। ପରେ ପ୍ରତିଷ୍ଠିତ ଅନୁଷ୍ଠାନଗୁଡିକ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ବରପଦର ବଉଳି ଅନୁଷ୍ଠାନ ଦ୍ୱାରା ସମ୍ବଲପୁରୀ ନୃତ୍ୟ ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା। ଡା. ରଶ୍ମିରେଖା ଦାଶ ଓ ସାଥିଙ୍କ ଦ୍ୱାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ ଆକର୍ଷଣୀୟ ହୋଇଥିଲା। ମଞ୍ଚକୁ ରାଜ୍ୟ କଳା ସଂସ୍କୃତି ସଂଘର ଉପସଭାପତି ଅବନୀ କୁମାର ମିଶ୍ର ପରିଚାଳନା କରିଥିଲେ। ମହୋତ୍ସବରେ ଚଳିତବର୍ଷ ୨୩୦ଟି ଷ୍ଟଲ ଖୋଲାଯାଇଥିବାବେଳେ ସେଥିମଧ୍ୟରେ କେବଳ ବୟନିକା ପକ୍ଷରୁ ୧୧୨ଟି ଷ୍ଟଲ ଖୋଲାଯାଇ ବିଭିନ୍ନ ସାମଗ୍ରୀ ବିକ୍ରୟ କରାଯାଉଛି। ମହୋତ୍ସବରେ ଚଳିତବର୍ଷ କଳାହାଣ୍ଡି ଓ ବାଲେଶ୍ୱରର କାଠ କାରିଗରୀ, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଜିଲାର ଟେରାକୋଟା, ପୁରୀର ଗାଲିଚା, ଯାଜପୁରର ଟସର ଓ ମୟୁରଭଞ୍ଜର ସବାଇ ଇତ୍ୟାଦି ପ୍ରଦର୍ଶିତ ହେବା ସହ ବ୍ରିକୟ ହେଉଛି। ଦୁଇ ବର୍ଷ ପରେ କରୋନା କଟକଣା ହଟିବା ପରେ ପୁନର୍ବାର ମେଳା ଆରମ୍ଭ ହୋଇଥିବା ଯୋଗୁ ମହୋତ୍ସବ ଦେଖିବା ପାଇଁ ଲୋକଙ୍କ ଭିଡ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri