ନିଲାମ ହେଉନି ବାଲି ସଇରାତ

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲାର ତିନୋଟି ବାଲି ସଇରାତରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ଛାଟ ପରେ ମଧ୍ୟ ଚୋରା ଚାଲାଣ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ଫଳରେ ଅପରାଧ ମୂଳକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଚୋରାରେ ବାଲି ପରିବହନ କରିବାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଡ଼ସାହି ତହସିଲ ଅଧୀନ ବର୍ତ୍ତନା ଗ୍ରାମରେ। ବଡ଼ସାହି ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି ରଖିଛି। ଅନ୍ୟ ପକ୍ଷରେ ବିନା ପଞ୍ଜୀକରଣରେ କୃଷି କାର୍ଯ୍ୟଲାଗି ଋଣରେ ନିଆଯାଇଥିବା ଟ୍ରାକ୍ଟର ଯୋଗେ ଚୋରା ବାଲି ପରିବହନ ହେଉଥିବା ନଜରକୁ ଆସୁଛି। ଏନେଇ ବେତନଟୀ ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।
ସୂଚନାଯୋଗ୍ୟ, ଜିଲାରେ ୬୦ରୁ ଉର୍ଦ୍ଧ୍ୱ ବାଲି ସଇରାତ ପ୍ରଶାସନ ପକ୍ଷରୁ ନିଲାମ ପ୍ରକ୍ରିୟା କରାଯାଇ ନାହିଁ। ଏହାର ସୁଯୋଗ ନେଇ ବାଲି ମାଫିଆମାନେ ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଛନ୍ତି। ରାଜସ୍ବ ବିଭାଗ କିମ୍ବା ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଚୋରା ଚାଲାଣ ଦିନକୁ ଦିନ ବୃଦ୍ଧି ପାଉଛି। ଏପରିକି ଅଧିକ ଲାଭ ଆଶାରେ କିଛି ଲୋକ କୃଷି ଋଣ ଆକାରରେ ବିଭିନ୍ନ କମ୍ପାନୀର ଟ୍ରାକ୍ଟର ଆଣି ଚୋରାରେ ବାଲି ପରିବହନ କାର୍ଯ୍ୟରେ ଲଗାଉଛନ୍ତି। ଚୋରା ପରିବହନ କରୁଥିବା ଏକ ନୂଆ ଟ୍ରାକ୍ଟର ବେତନଟୀ ପୋଲିସ ଧରିବା ପରେ ଘଟଣା ପଦାକୁ ଆସିଛି। ଜବତ ଟ୍ରାକ୍ଟରଟି ୧୫ଦିନ ପୂର୍ବରୁ ଏହି କାର୍ଯ୍ୟରେ ଲିପ୍ତ ରହିଥିଲା। ଅଦ୍ୟାବଧି ଏହି ଟ୍ରାକ୍ଟରର ଇଞ୍ଜିନ ଓ ଡାଲାର ପରିବହନ ନମ୍ବର ପଞ୍ଜୀକରଣ କରାଯାଇ ନାହିଁ। ପରିବହନ ବିଭାଗର ନିୟମ ଅନୁଯାୟୀ ବିନା ପଞ୍ଜୀକରଣରେ କୌଣସି ଯାନବାହାନ ଚଳାଚଳ କରିପାରିବ ନାହିଁ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି। ତେବେ ଟ୍ରାକ୍ଟରଟି ଜବତ କରିବା ସମୟରେ ଡ୍ରାଇଭର ଫେରାର ହୋଇଯିବାରୁ ଇଞ୍ଜିନ ନମ୍ବର ଅନୁଯାୟୀ ଅଜଣା ମାଲିକଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ସସ୍ମିତା ମହାନ୍ତ ପ୍ରକାଶ କରିଛନ୍ତି। ଟ୍ରାକ୍ଟରଟି ବାଲେଶ୍ୱରର କମ୍ପାନୀ ଅଧିକୃତ ଶୋ’ରୁମରୁ କିଣାଯାଇଛି। ଏ ନେଇ ବାଲେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ କୁହନ୍ତି, ଘଟଣା ସମ୍ପର୍କରେ କୌଣସି ଅଭିଯୋଗ ହୋଇନାହିଁ। ତେବେ କମ୍ପାନୀର ଏଭଳି କାର୍ଯ୍ୟକଳାପକୁ ନେଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ମୟୂରଭଞ୍ଜ ଆଞ୍ଚଳିକ ପରିବହନ ଅଧିକାରୀ ବିଶ୍ୱଜିତ ବେହେରା କୁହନ୍ତି, ବିନା ପଞ୍ଜୀକରଣରେ ଗାଡି ବିକିବା ଧର୍ତ୍ତବ୍ୟ ଅପରାଧ। ଏଥି ପାଇଁ ଉଭୟ କ୍ରେତା ଓ ବିକ୍ରେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ନିୟମ ରହିଛି। ଟ୍ରାକ୍ଟର ଜବତ ହେବା ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା। ଗୁରୁବାର ସକାଳେ ବଚସା ହେବାରୁ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ ଗୋଷ୍ଠୀର ମରଣାନ୍ତକ ଆକ୍ରମଣରେ ବର୍ତ୍ତନା ଗ୍ରାମର ବନ୍ଧନ ଜେନା ଗୁରୁତର ହୋଇ ଚିକିତ୍ସାଧୀନ ରହିଛନ୍ତି। ଜିଲା ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri