ରିକି କେଜ୍‌ଙ୍କ ସଙ୍ଗୀତରେ ଝୁମିଲେ  ଦର୍ଶକ

ଭୁବନେଶ୍ବର,୨୪।୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୂ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ‘ଯୁବ ସମ୍ମିଳନୀ’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ  ଅନୁଷ୍ଠିତ ଏହି ୟୁଥ୍‌ କନ୍‌କ୍ଲେଭ୍‌ରେ ରାଜ୍ୟ ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଯୁବ ପରିବେଶବିତ୍‌ମାନେ ଯୋଗଦେଇଛନ୍ତି। ଦୁଇଟି ଅଧିବେଶନ କାର୍ଯ୍ୟକ୍ରମ ହୋଇଯାଇଛି।
ପ୍ରଥମ ପଯର୍ଯ୍ୟାୟ ଶେଷ ହୋଇଥିବା ବେଳେ ଅପରାହ୍ନରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଭାରତୀୟ ମ୍ୟୁଜିକ୍‌ କମ୍ପୋଜର ରିକି କେଜ୍‌ ତାଙ୍କ ଟିମ୍  ସହ ଯୋଗ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।
ଜଣେ ପରିବେଶବିତ୍‌ ଭାବେ ମଧ୍ୟ ତାଙ୍କର ଆଉ ଏକ ପରିଚୟ ରହିଛି। ତିନିଥର ଗ୍ରାମୀ ଆୱାର୍ଡ ପାଇଥିବା ରିକି ତାଙ୍କ ସଙ୍ଗୀତରେ ପରିବେଶକୁ ସ୍ଥାନ ଦେଇଥାନ୍ତି। ନ୍ୟୁୟର୍କ, ଜେନେଭାସ୍ଥିତ ଜାତିସଂଘ କାର୍ଯ୍ୟାଳୟ ସମେତ ୩୦ ରାଷ୍ଟ୍ରରେ ସେ ସଙ୍ଗୀତ ପରିବେଷଣ କରି ବିଶ୍ୱବାସୀଙ୍କ ହୃଦୟ ଜିଣିଛନ୍ତି। ରିକିଙ୍କ ଲାଇଭ୍‌ କନସର୍ଟ ଦେଖି ସମସ୍ତ ଦର୍ଶକ ଖୁସିରେ ଝୁମିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri