ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ ଦେବ । ଏହି ଷ୍ଟଲରେ ଜୀ ସାର୍ଥକର ଫିଲ୍ମ ଓ ମେଗା ଧାରାବାହିକର ଲୋକପ୍ରିୟ କଳାକାରମାନେ ବାଲିଯାତ୍ରା ବୁଲିବାକୁ ଆସିଥିବା ଦର୍ଶକଙ୍କ ମନୋରଞ୍ଜନ କରିବା ସହ ସେମାନଙ୍କ ସହ ଭାବବିନିମୟ କରିବେ। ପ୍ରତିଦିନ ଜୀ ସାର୍ଥକରେ ପ୍ରସାରିତ ରିଅଲିଟି ସୋ ସାରେଗାମାପାର କଣ୍ଠଶିଳ୍ପୀମାନେ ଏହି ଠାରେ ଆୟାଜିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଗାଇବେ ଏବଂ ଲୋକପ୍ରିୟ ଶୋ ‘ଦିଦି ନମସ୍କାର’ ଫର୍ମାଟରେ ବାଲିଯାତ୍ରାରେ ଦର୍ଶକଙ୍କ ସହ କୌତୁହଳ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ବି ରଖାଯିବ। ଦର୍ଶକ ନିଜ ପ୍ରିୟ କଳାକାରମାନଙ୍କୁ ପାଖରେ ଦେଖିପାରିବା ସହ ସେମାନଙ୍କ ସହ କଥା ମଧ୍ୟ ହୋଇପାରିବେ ଏବଂ ଦର୍ଶକ ଢ଼େର ସାରା ମଜା ମସ୍ତି କରିପାରିବେ । ଜୀ-ସାର୍ଥକର ଚିଫ ଚ୍ୟାନେଲ ଅଫିସର ପ୍ରତୀକ ସିଲ କହିଛନ୍ତି ଯେ, କଟକ ବାଲିଯାତ୍ରା ସାରା ବିଶ୍ବରେ ପରିଚିତ ଓ ଜୀ-ସାର୍ଥକ ବିଭିନ୍ନ ସମୟରେ ନିଆରା କାର୍ଯ୍ୟକ୍ରମ ଓ ପ୍ରତିଯୋଗିତା ମାଧ୍ୟମରେ ଦର୍ଶକଙ୍କ ନିକଟତର ହେବ ପାଇଁ ତେଣୁ ଏହି ବାଲିଯାତ୍ରା ଦର୍ଶକ ଓ କଳାକାରଙ୍କୁ ମିଶିବା ପାଇଁ ଏକ ବଡ଼ ମାଧ୍ୟମ ହେବ। ଦର୍ଶକଙ୍କ ସହିତ ଜୀ-ସାର୍ଥକର ସମ୍ପର୍କ ଆହୁରି ମଜବୁତ ହେବ । ବାଲିଯାତ୍ରା ଏଥର ଆହୁରି ବଡ ଆକାରରେ ହେଉଥିବା ବେଳେ ‘ଜୀ ସାର୍ଥକ’ର ଏହି ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ ଲୋକଙ୍କୁ ଆହୁରି ଅଧିକ ନିଶ୍ଚିତ ଆକୃଷ୍ଟ କରିବ ବୋଲି ସିଲ୍‌ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri