ଆସିଲା ଅଗଷ୍ଟ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍‌ଡାଉନ୍‌ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା।  ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ଜୁଲାଇ ୧୫ ତାରିଖରେ ଘୋଷିତ ଲକ୍‌ଡାଉନ୍‌ର ଷଷ୍ଠ ପର୍ଯ୍ୟାୟ ଅବଧି ରବିବାର ଶେଷ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ  ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।  କୋଭିଡ୍‌ ପରିଚାଳନା ନେଇ ସେ ସବିଶେଷ ତଥ୍ୟ ରଖିଛନ୍ତି ।  ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଆମ ରାଜ୍ୟର ୨୭ଟି ଜିଲାରେ ସଂକ୍ରମଣ ହାର ନଗଣ୍ୟ ଅଛି। କଟକ, ଖୋର୍ଦ୍ଧା ଓ ପୁରୀରେ ଟିକେ ଅଧିକ। ତେବେ ଉଦ୍‌ବେଗଜନକ ନୁହେଁ। ଜୀବନ ଜୀବିକା ସମନ୍ବୟ ପାଇଁ ଧୀରେ ଧୀରେ ଅନଲକ ହେଉଛି। ରାଜ୍ୟରେ ଦେଢ଼କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଗଲାଣି ବୋଲି ଏସ୍‌ଆର୍‌ସି କହିଛନ୍ତି ।

ତେବେ ଅଗଷ୍ଟ ଗାଇଡ୍‌ଲାଇନ୍‌ ଘୋଷଣା ପରିପ୍ରେକ୍ଷୀରେ ସେ କହିଛନ୍ତି, ପ୍ରତିଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ରହିବ। ଭୁବନେଶ୍ୱର, କଟକ ଓ ପୁରୀରେ ସପ୍ତାହାନ୍ତ ଶଟ୍‌ଡାଉନ ଲାଗୁ ରହିବ। ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ । ସମସ୍ତ ଧାର୍ର୍ମିକ, ରାଜନୈତିକ ଓ ସାମାଜିକ ସମାବେଶକୁ ମନା କରାଯାଇଛି। ପ୍ରଦର୍ଶନୀ, ବାଣିଜି୍ୟକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । ବିବାହ ଏବଂ ଶୁଦ୍ଧିକ୍ରିୟାରେ ପୂର୍ବ କଟକଣା ବଳବତ୍ତର ରହିଛି।

ରାଜ୍ୟରେ ଥିବା ସମସ୍ତ ମଲ୍‌ କୋଭିଡ୍‌ କଟକଣା ମଧ୍ୟରେ ଖୋଲାଯିବ। ଧାର୍ମିକ ଅନୁଷ୍ଠାନ ଖୋଲିବା ନେଇ ସେହି ଜିଲାର ଜିଲାପାଳ ନିଷ୍ପତ୍ତି ନେଇପାରିବେ। ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ ହୋଇପାରିବ। ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ୍‌ ଖୋଲିବ। ସମୁଦ୍ରକୂଳ ଓ ପାର୍କ ଖୋଲା ରହିବ। ପର୍ଯ୍ୟଟକ ଗାଇଡଲାଇନ ମାନିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?