Posted inଖେଳ

ସୁଧୁରୁ ନାହାନ୍ତି ଅଷ୍ଟ୍ରେଲିଆ ଦର୍ଶକ: ଗାବାରେ ସିରାଜ, ସୁନ୍ଦରଙ୍କୁ ଗାଳି

ବ୍ରିସ୍‌ବେନ, ୧୬।୧(ପି.ଟି.): ଅଷ୍ଟ୍ରେଲୀୟ ଦର୍ଶକ ନିଜ ପ୍ରକୃତି ଛାଡିପାରି ନାହାନ୍ତି। ପୁଣି ଥରେ ସେମାନେ ଭାରତୀୟ କ୍ରିକେଟରଙ୍କ ବିରୋଧରେ ଅପଶବ୍ଦ ବ୍ୟବହାର କରିଛନ୍ତି। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ଷ୍ଟାଡିୟମର କିଛି ଦର୍ଶକ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜ ଓ ପଦାର୍ପଣ କରିଥିବା ସ୍ପିନ୍‌ ଅଲ୍‌ରାଉଣ୍ଡର ଓ୍ବାଶିଂଟନ ସୁନ୍ଦରଙ୍କୁ କୀଡ଼ା ବା କୀଡ଼ାର ପିଲା ବୋଲି ସମ୍ବୋଧନ କରିଥିଲେ। ଏ ନେଇ ‘ସିଡ୍‌ନୀ ମର୍ନିଂ ହେରାଲ୍ଡ’ ଖବର କାଗଜ ରିପୋର୍ଟ ପ୍ରକାଶ କରିଛି। ମୋ ପଛରେ ବସିଥିବା କିଛି ଲୋକ ସୁନ୍ଦର ଓ ସିରାଜଙ୍କୁ କୀଡ଼ା ବୋଲି କହୁଥିବାରୁ ଶୁଣିଛି ବୋଲି ଜଣେ ଦର୍ଶକ ଏହି ଖବର କାଗଜକୁ କହିଛନ୍ତି।
ଏହାପୂର୍ବରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଅନୁଷ୍ଠିତ ତୃତୀୟ ଟେଷ୍ଟର ତୃତୀୟ ଓ ଚତୁର୍ଥ ଦିବସରେ ମଧ୍ୟ ସିରାଜଙ୍କୁ ଦର୍ଶକମାନେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଫଳରେ ସୁରକ୍ଷାକର୍ମୀମାନେ ୬ ଜଣ ଦର୍ଶକଙ୍କୁ ଷ୍ଟାଡିୟମରୁ ବାହାର କରି ଦେଇଥିଲେ। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟ ଏ ନେଇ କ୍ଷମା ମାଗିଥିଲା। ସିରାଜ ଏ ନେଇ ଅଭିଯୋଗ କରିବା ପରେ ୧୦ ମିନିଟ୍‌ ଖେଳ ବନ୍ଦ ରହିଥିଲା। ଏ ନେଇ ବିସିସିଆଇ ମଧ୍ୟ ମ୍ୟାଚ ରେଫରିଙ୍କ ନିକଟରେ ଆନୁଷ୍ଠାନିକ ଭାବେ ଅଭିଯୋଗ କରିଥିଲା। ଆଇସିସି ମଧ୍ୟ ଏହି ମାମଲାରେ ପ୍ରବଳ ଅସନ୍ତୋଷ ଜାହିର କରିଥିଲା। ପୂର୍ବତନ କ୍ରିକେଟର ଓ ଭାରତୀୟ ଅଧିନାୟକ ବିରାଟ କୋହଲି, ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌ ପେନ୍‌ ଓ କୋଚ୍‌ ଜଷ୍ଟିନ ଲାଙ୍ଗର ଦର୍ଶକଙ୍କ ଏଭଳି ଆଚରଣକୁ ଦୃଢ ଭାବେ ନିନ୍ଦା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri