Posted inଖେଳ

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ କଭର୍‌ ଡ୍ରାଇଭ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ

ବେଙ୍ଗାଲୁରୁ,୧୩।୫: ଆଇପିଏଲ ୨୦୨୪ର ୬୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ଷଷ୍ଠ ବିଜୟ ହାସଲ କରିଛି। ବିରାଟ କୋହଲି ଏହି ମ୍ୟାଚରେ ୩୦ ରନ ସ୍କୋର ମଧ୍ୟ କରିପାରି ନ ଥିଲେ। କିନ୍ତୁ ରଜତ ପଟିଦାର ଚମତ୍କାର ବ୍ୟାଟିଂ କରିଥିଲେ। ସେ ଏହି ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ସହ ପଟିଦାର ଆଇପିଏଲ ୨୦୨୪ରେ ପଞ୍ଚମ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କ ଇନିଂସରେ ଏକ ସଟ ମଧ୍ୟ ରହିଥିଲା, ଯାହା କି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବୋଲର ବ୍ରେଟ ଲିଙ୍କୁ ମଧ୍ୟ ପ୍ରଭାବିତ କରିଥିଲା।
ବେଙ୍ଗାଲୁରୁ ଇନିଂସର ପଞ୍ଚମ ଓଭରରେ ମୁକେଶ କୁମାରଙ୍କ ଉପରେ ରଜତ ପଟିଦାରଙ୍କ ଦ୍ୱାରା କଭର ଡ୍ରାଇଭ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ମ୍ୟାଚ ପରେ ଏକ ସାକ୍ଷାତକାରରେ ବ୍ରେଟ ଲି କହିଛନ୍ତି, ଯଦି କେହି ହାଇଲାଇଟ ଦେଖୁଛନ୍ତି, ତେବେ ସେ ଭାବିଥିବେ ଯେ ଏହି ସଟ ବିରାଟ କୋହଲିଙ୍କର ଅଟେ।
ଅଷ୍ଟ୍ରେଲୀୟ ବୋଲର ବ୍ରେଟ ଲି କହିଛନ୍ତି,ପଟିଦାର ଚଳିତ ସିଜନରେ ତାଙ୍କର ପଞ୍ଚମ ଅର୍ଦ୍ଧଶତକ ପୂରଣ କରିଛନ୍ତି। ଆମେ ଜାଣୁ ସେ ଟେଷ୍ଟ କ୍ରିକେଟ ମଧ୍ୟ ଖେଳିଛନ୍ତି, କିନ୍ତୁ ଫର୍ମରେ ରହିବାକୁ ତାଙ୍କୁ କିଛି ସମୟ ଲାଗିଛି। କିନ୍ତୁ ସବୁଠାରୁ ଭଲ କଥା ହେଉଛି ସେ କଭର ଡ୍ରାଇଭ୍‌ ମାରୁଛନ୍ତି। ସେ ପୁନର୍ବାର ନିଜର ଫର୍ମ ଫେରି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri