Posted inଖେଳ

ଚିନ୍ତାରେ ଅଷ୍ଟ୍ରେଲିଆ ଦଳ

ନୂଆଦିଲ୍ଲୀ,୨୧।୨: ଭାରତ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବା ପରେ ଅଷ୍ଟ୍ରେଲିଆ ଦଳକୁ ଝଟ୍‌କା ପରେ ଝଟ୍‌କା ଲାଗିଚାଲିଛି। ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଅଧିନାୟକ ପ୍ୟାଟ କମିନ୍ସ ବ୍ୟକ୍ତିଗତ କାରଣରୁ ଘରକୁ ଫେରିଥିବାବେଳେ ଡେଭିଡ ୱାର୍ନର, ଲାନ୍ସ ମରିସ, ଆଷ୍ଟନ ଅଗର ଏବଂ ଅନ୍ୟ କେତେକ ଖେଳାଳି ମଧ୍ୟ ନିଜ ଘରକୁ ଫେରିଛନ୍ତି।
ତିନି ଦିନ ମଧ୍ୟରେ ଦିଲ୍ଲୀ ଟେଷ୍ଟ ମ୍ୟାଚ ମଧ୍ୟ ଶେଷ ହେବା ପରେ କମିନ୍ସ ପରିବାର ସଦସ୍ୟଙ୍କ ଗୁରୁତର ଅସୁସ୍ଥତା କାରଣରୁ ନିଜ ଘରକୁ ଫେରିଛନ୍ତି। ଏଥି ସହିତ, ଡେଭିଡ ୱାର୍ନର ଆଘାତ କାରଣରୁ ଏବଂ ଜୋସ ହେଜେଲଉଡ ଅନଫିଟ୍‌ ହେବା ପରେ ଏହି ସମଗ୍ର ଗସ୍ତରୁ ବାଦ୍‌ ପଡିଛନ୍ତି।
ଏସବୁ ବ୍ୟତୀତ ଅଷ୍ଟ୍ରେଲିଆ ଦଳର ଅନ୍ୟ ଖେଳାଳି ଯେଉଁମାନେ ସ୍ବଦେଶକୁ ଫେରୁଛନ୍ତି ସେମାନଙ୍କ ମଧ୍ୟରେ ବାମହାତୀ ସ୍ପିନର ଆଷ୍ଟନ ଅଗର ଅଛନ୍ତି, ଯିଏକି ଏପର୍ଯ୍ୟନ୍ତ ଏହି ଗସ୍ତରେ ଗୋଟିଏ ମ୍ୟାଚ ଖେଳିବାର ସୁଯୋଗ ପାଇ ନାହାଁନ୍ତି। ଏଥି ସହିତ ପ୍ରଥମ ଟେଷ୍ଟ ମ୍ୟାଚରେ ଚମତ୍କାର ବୋଲିଂ କରିଥିବା ଟଡ ମର୍ଫି ପାର୍ଶ୍ୱ ଚାପ ଯୋଗୁ ସ୍ବଦେଶ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ ମିଚେଲ ସ୍ବେପସନ ଅଷ୍ଟ୍ରେଲିଆ ଫେରିଥିବାବେଳେ ଲାନ୍ସ ମରିସ ଏବଂ ମାଥ୍ୟୁ ରେନ୍ସାଙ୍କ ପ୍ରତ୍ୟାବର୍ତ୍ତନ ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।
ଏହି ଗସ୍ତରେ କଙ୍ଗାରୁ ଦଳ ପାଇଁ ଆଶ୍ୱସ୍ତିକର ଖବର ହେଉଛି ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ଏବଂ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କୁ ସମ୍ପୂର୍ଣ୍ଣ ଫିଟ ଘୋଷଣା କରାଯାଇଛି। ଦଳରେ ଏହି ଦୁଇ ଖେଳାଳିଙ୍କ ଆଗମନ ସହିତ ଖେଳୁଥିବା ଏକାଦଶର ସନ୍ତୁଳନ ପୂର୍ବ ଅପେକ୍ଷା ଭଲ ଦେଖାଯିବ। ମାର୍ଚ୍ଚ ୧ରୁ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିରିଜର ତୃତୀୟ ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri