କର୍ମଚାରୀଙ୍କୁ ଘଣ୍ଟ ଘୋଡ଼ାଇଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୧୩ା୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କେବଳ ଗଣେଶ ପୂଜା ହେବ। କୌଣସି ଭୋଜି ହୋଇପାରିବ ନାହିଁ ବୋଲି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଥିଲା। ହେଲେ ଏହାକୁ ଉଲ୍ଲଂଘନ କରାଯାଇ ୨ ଥର ଭୋଜି ହେଲା। କେତେଜଣ କର୍ମଚାରୀ ଏହି ଭୋଜି କରିଥିବା ବେଳେ ଏକ ଠିକା ସଂସ୍ଥା ପକ୍ଷରୁ ସମସ୍ତ ଖର୍ଚ୍ଚ ବହନ କରାଯାଇଥିଲା। ଏଥିରୁ ଉକ୍ତ ଠିକା ସଂସ୍ଥା ଓ ମେଡିକାଲର ସମ୍ପୃକ୍ତ କର୍ମଚାରୀମାନଙ୍କ ମଧ୍ୟରେ କିଛି ଭିତିରି ସମ୍ପର୍କ ରହିଥିବା ଚର୍ଚ୍ଚା ହେଲା। ଏ ନେଇ ଖବର ପ୍ରକାଶ ପରେ ମେଡିକାଲ କର୍ତ୍ତୃପକ୍ଷ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବା ପରିବର୍ତ୍ତେ ତଦନ୍ତରେ ସମ୍ପୃକ୍ତ କର୍ମଚାରୀମାନଙ୍କୁ କର୍ତ୍ତୃପକ୍ଷ ଘଣ୍ଟ ଘୋଡ଼ାଇଥିବା ଜଣାପଡ଼ିଛି। ଫଳରେ ମେଡିକାଲ କର୍ତ୍ତୃପକ୍ଷଙ୍କ ଅଭିମୁଖ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପ୍ରକାଶ ଯେ, ଗତ ଗଣେଶପୂଜାରେ ମେଡିକାଲରେ କୌଣସି ଭୋଜି ହୋଇପାରିବ ନାହିଁ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ନିର୍ଦ୍ଦେଶ ଦେଇଥିଲେ। ହେଲେ ପୂଜା ପରେ ୭ ତାରିଖ ବୁଧବାର ଓ ୯ ତାରିଖ ଶୁକ୍ରବାର ଆମିଷ ବାର ଦେଖି କେତେଜଣ କର୍ମଚାରୀ ଭୋଜି କରିଥିଲେ। ମେଡିକାଲ ପରିସର ରୋଗୀ କଲ୍ୟାଣ ସମିତିକୁ ଲାଗି କରି ଥିବା ଘର ଭିତରେ ରୋଷେଇ ହୋଇଥିଲା। ବଜାରରୁ ଖଲି ଆଣି ଖାଇବା ବଢ଼ାଯାଇଥିଲା। ପଲିଥିନରେ ବାନ୍ଧି କେତେଜଣ ଅଧିକାରୀଙ୍କ ଘରକୁ ପଠାଯାଇଥିଲା। ଏକ ଠିକା ସଂସ୍ଥା ପକ୍ଷରୁ ଏହାର ସମସ୍ତ ଆୟୋଜନ କରାଯାଇଥିବା ସିସିଟିଭି ଫୁଟେଜ୍‌ରେ ଦୃଶ୍ୟ କଏଦ ହୋଇ ରହିଥିବା ଚର୍ଚ୍ଚା ହୋଇଥିଲା। ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶକୁ ଏପରି ଉଲ୍ଲଂଘନ କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଏଡିଏମ୍‌ଓ(ମେଡିକାଲ)ଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ତଦନ୍ତରେ କର୍ମଚାରୀଙ୍କୁ ସୁରକ୍ଷା ଦିଆଯାଇଛି। ରୋଷେଇ ନୁହେଁ ହୋଟେଲରୁ ଖାଦ୍ୟ ମଗାଇ ଖିଆଯାଇଛି ବୋଲି କୁହାଯାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଧାନଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମେଡିକାଲରେ ଭୋଜି ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଥିବା କହି ପ୍ରସଙ୍ଗକୁ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri