ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର, ଶ୍ରୀମନ୍ଦିର ନିକଟରେ ବୋହିଲା ରକ୍ତ

ପୁରୀ,୧୪।୭(ତୁଷାର ରଞ୍ଜନ ନାୟକ): ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ଉତ୍ତରଦ୍ୱାର ସତ୍ୟନାରାୟଣ ମନ୍ଦିର ନିକଟରେ ଅଟୋଚାଳକଙ୍କୁ ହାଣୀ ରକ୍ତାକ୍ତ କଲେ ଦୃର୍ବୁତ୍ତ। ସିଂହଦାର ପୋଲିସ ପହଞ୍ଚି ଚାଳକଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାରକରି ପୁରୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଜାରି ରଖିଛି। ସୂଚନା ମୁତବକ ଆଜି ଦିନ ୮ଟା ସମୟରେ ନିଜ କାର୍ଯ୍ୟ ପାଇଁ ଘରୁ ବାହାରି ଯାଉଥିବା ବେଳେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟସ୍ଥ ସତ୍ୟନାରାୟଣ ମନ୍ଦିର ନିକଟରେ କିଛି ଦୃର୍ବୁତ୍ତ ପହଞ୍ଚି ତାଙ୍କୁ ଅଟକାଇ କିଛି ମାରଣାସ୍ତ୍ରରେ ଆକ୍ରମଣ କରି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଫୋପାଡି ଚାଲିଯାଇଥିଲେ। ଖବର ପାଇ ସିଂହଦ୍ୱାର ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପ୍ରାଥମିକ ତଦନ୍ତରୁ ଜଣାପଡିଛି କି ଆହତଙ୍କ ନାମ ରଘୁନାଥ ରାଉତ। ସେ ମିଳିତ ଅଟୋ ମହାମଞ୍ଚର କୋଷାଧ୍ୟକ୍ଷ ଥିଲେ। ଦୃର୍ବୁତ୍ତମାନେ କିଛିଦିନ ତଳେ ରଘୁନାଥଙ୍କୁ ୧ ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। କିନ୍ତୁ ରଘୁନାଥ ଏହାକୁ କର୍ଣପାତ କରିନଥିଲେ ଫଳରେ ରଘୁନାଥଙ୍କୁ ଏହି ଆକ୍ରମଣର ଶିକାର ହେବାକୁ ପଡିଛି। ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଏଠି ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ଯେ କେତେ ସୁରକ୍ଷିତ ଏବେ ପୁରୀ ଓ ଶ୍ରୀମନ୍ଦିର । ନିକଟରେ ଏଭଳି ଘଟଣା ଘଟିଥିବାରୁ କେତେ ସୁରକ୍ଷିତ ଭକ୍ତ। ତେବେ କୁଆଡେ ଗଲା AI କ୍ୟାମେରା ଓ କୁଆଡେ ଗଲା ଶ୍ରୀମନ୍ଦିର ସୁରକ୍ଷାବଳ। ଘଟଣାଠି ସିଂହଦାର ଥାନାର ମାତ୍ର ୫୦ ମିଟର ଦୂରରେ ଘଟିଥିବା ଯୋଗୁ ଏବେ ସିଂହଦାର ପୋଲିସର ଭୂମିକାକୁ ନେଇ ମଧ୍ୟ ଉଠିଛି ପ୍ରଶ୍ନ। ନୂଆ ସରକାରଙ୍କ ସମୟରେ ଏଭଳି ଘଟଣା ବର୍ତ୍ତମାନ ରାଜ୍ୟ ସରକାରଳ ଆଇନ ବିପର୍ଯ୍ୟସ୍ଥ ଅବସ୍ଥାକୁ ସାମ୍ନାକୁ ଆଣୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri