ଦର୍ପଦଳନ ରଥକୁ ଧକ୍କା ଦେଲା ଅଟୋ

ପୁରୀ ଅଫିସ, ୨୪।୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାମ ଜାରି ରହିଛି। ମହାରଣା ସେବକ ଓ ଭୋଇ ସେବକମାନେ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ବଡ଼ଦାଣ୍ଡରେ ନିର୍ମାଣାଧୀନ ତିନିରଥ ଦଣ୍ଡାୟମାନ ରହିଛି। ଏଭଳି ସମୟରେ ମଙ୍ଗଳବାର ଏକ ଅଘଟଣ ଦେଖିବାକୁ ମିଳିଛି। ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଏକ ବ୍ୟାଟେରିଚାଳିତ ଅଟୋ ଧକ୍କା ଦେଇଛି। ଗାଡ଼ିଟି ନିୟନ୍ତ୍ରଣ ହରାଇ ରଥ ଆଗ ଚକର ଅଖକୁ ଧକ୍କା ଦେଇଥିଲା। ରଥର ଅଖ ଗାଡ଼ିର କାଚରେ ମାଡ଼ ହେବାରୁ କାଚ ଭାଙ୍ଗିଯାଇଥିଲା। ତେବେ ଦୁର୍ଘଟଣାରେ କେହି ଆହତ ହୋଇନାହାନ୍ତି। ଗାଡ଼ି ବୁଲାଇବାବେଳେ ଚାଳକଙ୍କ ଅସାବଧାନତାରୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗ ଓ ବରିଷ୍ଠ ଭକ୍ତମାନଙ୍କୁ ଶ୍ରୀମନ୍ଦିର ନିକଟରୁ ଶ୍ରୀଜଗନ୍ନାଥ ବଲ୍ଲଭ ପାଂର୍କି ପର୍ଯ୍ୟନ୍ତ ନେବା ଆଣିବା ପାଇଁ ବ୍ୟାଟେରିଚାଳିତ ଅଟୋର ବ୍ୟବସ୍ଥା କରାଯାଇଛି। ତନ୍ମଧ୍ୟରୁ ଗୋଟିଏ ଅଟୋ ଏହି ଦୁର୍ଘଟଣା ଘଟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri