ଘାଟିରେ ଓଲଟିଲା ଅଟୋ

ଆର,ଉଦୟଗିରି,୨୭ା୫(ଡି.ଏନ୍‌.ଏ.)-ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରୁ ଏକ ଅଟୋ ଯୋଗେ କେତେଜଣ ଛାତ୍ରୀ ମୋହନା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଲୁଦୁପଙ୍କା ଘାଟି ନିକଟରେ ଓଲଟି ପଡିଥିଲା। ଫଳରେ ୪ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ଗଜପତି ଜିଲା ମୋହନା ଥାନା ଅଧିନ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିବା ମୋହନାର ୫ଜଣ ଛାତ୍ରୀ ବିଦ୍ୟାଳୟରୁ ମୋହନା ଫେରୁଥିବା ବେଳେ ଲୁଦୁପଙ୍କା ବୁଲାଣିରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ମୋହନା ଯୁବକ ସଂଘର ସଭାପତି ଅଜିତ କୁମାର ପାତ୍ର, ଥାନାଧିକାରୀ ସୁଜିତ୍‌ କୁମାର ନାୟକ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଆହତ ଛାତ୍ରୀମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ମୋହନା ପୁଲିସ ପହଞ୍ଚି ଅଟୋ ଚାଳକକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ମୋହନା ଅଞ୍ଚଳରେ ଚାଳକଙ୍କ ବେପାରୁଆ ଗାଡି ଚାଳନା ସାଙ୍ଗକୁ ବିନା ପ୍ରମାଣ ପତ୍ରରେ ଗାଡି ଚଳାଇବା ଯୋଗୁ ଏଭଳି ବାରମାର ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆଦର୍ଶ ବିଦ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବସ ବ୍ୟବସ୍ଥା ଯୋଗାଇ ଦେବାକୁ ଅବିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…

ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri