ଘାଟିରେ ଓଲଟିଲା ଅଟୋ

ଆର,ଉଦୟଗିରି,୨୭ା୫(ଡି.ଏନ୍‌.ଏ.)-ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରୁ ଏକ ଅଟୋ ଯୋଗେ କେତେଜଣ ଛାତ୍ରୀ ମୋହନା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଲୁଦୁପଙ୍କା ଘାଟି ନିକଟରେ ଓଲଟି ପଡିଥିଲା। ଫଳରେ ୪ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ଗଜପତି ଜିଲା ମୋହନା ଥାନା ଅଧିନ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିବା ମୋହନାର ୫ଜଣ ଛାତ୍ରୀ ବିଦ୍ୟାଳୟରୁ ମୋହନା ଫେରୁଥିବା ବେଳେ ଲୁଦୁପଙ୍କା ବୁଲାଣିରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ମୋହନା ଯୁବକ ସଂଘର ସଭାପତି ଅଜିତ କୁମାର ପାତ୍ର, ଥାନାଧିକାରୀ ସୁଜିତ୍‌ କୁମାର ନାୟକ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଆହତ ଛାତ୍ରୀମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ମୋହନା ପୁଲିସ ପହଞ୍ଚି ଅଟୋ ଚାଳକକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ମୋହନା ଅଞ୍ଚଳରେ ଚାଳକଙ୍କ ବେପାରୁଆ ଗାଡି ଚାଳନା ସାଙ୍ଗକୁ ବିନା ପ୍ରମାଣ ପତ୍ରରେ ଗାଡି ଚଳାଇବା ଯୋଗୁ ଏଭଳି ବାରମାର ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆଦର୍ଶ ବିଦ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବସ ବ୍ୟବସ୍ଥା ଯୋଗାଇ ଦେବାକୁ ଅବିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri