ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଗଲା ଅଟୋ

ବୈଶିଙ୍ଗା,୩୦ା୩(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ରୁପ୍‌ସା-ବୈଶିଙ୍ଗା ରାସ୍ତାର ବଙ୍ଗାଳିଡାହି ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଯାଇଛି। ପିଞ୍ଛାବଣିଆ ହୋଲି ମେଳାରୁ ୪ ଜଣ ଯାତ୍ରୀଙ୍କୁ ନେଇ ଦୃତ ଗତିରେ ଫେରୁଥିବା ଅଟୋଟି ବଙ୍ଗାଳିଡାହି ଛକ ନିକଟରେ ପ୍ରଥମେ ଜଣେ ବାଇକ୍‌ ଚାଳକଙ୍କୁ ଅତିକ୍ରମ କରିବା ସମୟରେ ଭାରସାମ୍ୟ ହରାଇ ରାସ୍ତା ପାଶର୍‌ବରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ତା ଉପରକୁ ଚଢ଼ି ଯାଇଥିଲା। ସ୍ଥାନୀୟ ଲୋକେ ପହଞ୍ଚତ୍ ସେଥିରେ ବସିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରି ବୈଶିଙ୍ଗା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିଲେ। ତେବେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବୈଶିଙ୍ଗା ପୋଲିସ ଅଟୋକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri