ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ‘ଶ୍ରୀ ଜୟଦେବ ସମ୍ମାନ’ ପ୍ରଦାନ କରାଯାଉଛି। ତେବେ ଜୟଦେବଙ୍କର ସିନେମା ସହ କୌଣସି ସମ୍ପର୍କ ନାହିଁ। ତେଣୁ ଭାରତୀୟ ସିନେମାର ଜନକ ଦାଦା ସାହେବ ଫାଲ୍‌କେଙ୍କ ପରି ଓଡ଼ିଆ ଚଳଚ୍ଚିତ୍ର ଜନକ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ଙ୍କ ନାମରେ ଜୟଦେବ ପୁରସ୍କାର ନାମିତ କରାଯାଉ। ସେହିପରି ଶ୍ରେଷ୍ଠ ଚଳଚ୍ଚିତ୍ରକୁ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ ପୁରସ୍କାର’ ବଦଳରେ ‘କବିଚନ୍ଦ୍ର କାଳିଚରଣ ପଟ୍ଟନାୟକ ପୁରସ୍କାର’ କରାଯାଉ। ଏହାବ୍ୟତୀତ ପୁରସ୍କାର ଚୟନ ପାଇଁ ଏକ ସ୍ବତନ୍ତ୍ର ମନୋନୟନ କମିଟି ଗଠନ କରି ସେଥିରେ ଏହି ପୁରସ୍କାରପ୍ରାପ୍ତ ଜଣେ ଚଳଚ୍ଚିତ୍ର ବ୍ୟକ୍ତିତ୍ୱଙ୍କୁ ଅଧ୍ୟକ୍ଷ ଏବଂ ଓଡ଼ିଆ ଚଳଚ୍ଚିତ୍ରରେ ସମ୍ପୃକ୍ତ ଆଉ ୨ଜଣ ବରିଷ୍ଠ ବ୍ୟକ୍ତିଙ୍କୁ ସଦସ୍ୟ ରଖାଯାଉ। ପଦ୍ମଶ୍ରୀ ପରି ଏହି ପୁରସ୍କାର ପାଇଁ ମଧ୍ୟ ବିଜ୍ଞାପନ ମାଧ୍ୟମରେ ଆବେଦନ ବ୍ୟବସ୍ଥା ରହୁ। ଏଥିସହ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଆସୁଥିବା ଚଳଚ୍ଚିତ୍ରଗୁଡିକୁ ଓଡ଼ିଆ ଚଳଚ୍ଚିତ୍ର ଅଭିଲେଖାଗାରରେ ରଖିବା ପାଇଁ ପ୍ରଯୋଜକଙ୍କ ପାଖରୁ ଆବେଦନବେଳେ ଏକ ଘୋଷଣାନାମା ରଖାଯାଉ, ଯାହାକୁ ଆଗାମୀ ଦିନରେ ଗବେଷଣା ପାଇଁ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri