ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି। ଦୀର୍ଘଦିନରୁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଲୋକଙ୍କ ଦ୍ୱାରା କରାଯାଇଥିବା ଏହି ଦାବିକୁ ପୂରଣ କରାଯାଇଛି। କ୍ୟାବିନେଟ୍‌ ଅନୁମୋଦନ ପରେ ଏହି ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ ହେବ ଓ ଉଭୟ ଜିଲାକୁ ଏହାର ଲାଭ ମିଳିବ ବୋଲି ନାୟକ ତାଙ୍କର ପ୍ରତକ୍ରିୟାରେ କହିଛନ୍ତି।
ଉଲ୍ଲେଖନୀୟ ଯେ, କିଛିଦିନ ପୂର୍ବରୁ ଶ୍ରୀ ନାୟକ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏହି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଅନୁରୋଧ କରିଥିଲେ।
ସେ ଆହୁରି କହିଛନ୍ତି, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ବୈଠକରେ ରେଳ ମନ୍ତ୍ରଣାଳୟର ୮ଟି ନୂଆ ରେଳ ମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବା ବେଳେ ସେଥିର ୬ଟି ପ୍ରକଳ୍ପ ଓଡିଶାର ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶାର ବିକାଶ ପାଇଁ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ବୋଲି ନାୟକ କହିଛନ୍ତି।
ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା କେନ୍ଦୁଝର, ମୟୂରଭଞ୍ଜ ସମେତ ଓଡ଼ିଶାର ବିଭିନ୍ନ ଅଞ୍ଚଳର ଆର୍ଥିକ ଅଭିବୃଦ୍ଧି ହେବା ସହ ପର୍ଯ୍ୟଟନ ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ହେବ। ଓଡ଼ିଶା ଓ ପଡ଼ୋଶୀ ରାଜ୍ୟର ଶିଳ୍ପାଞ୍ଚଳର ବିକାଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri