ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି। ଦୀର୍ଘଦିନରୁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଲୋକଙ୍କ ଦ୍ୱାରା କରାଯାଇଥିବା ଏହି ଦାବିକୁ ପୂରଣ କରାଯାଇଛି। କ୍ୟାବିନେଟ୍‌ ଅନୁମୋଦନ ପରେ ଏହି ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ ହେବ ଓ ଉଭୟ ଜିଲାକୁ ଏହାର ଲାଭ ମିଳିବ ବୋଲି ନାୟକ ତାଙ୍କର ପ୍ରତକ୍ରିୟାରେ କହିଛନ୍ତି।
ଉଲ୍ଲେଖନୀୟ ଯେ, କିଛିଦିନ ପୂର୍ବରୁ ଶ୍ରୀ ନାୟକ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏହି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଅନୁରୋଧ କରିଥିଲେ।
ସେ ଆହୁରି କହିଛନ୍ତି, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ବୈଠକରେ ରେଳ ମନ୍ତ୍ରଣାଳୟର ୮ଟି ନୂଆ ରେଳ ମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବା ବେଳେ ସେଥିର ୬ଟି ପ୍ରକଳ୍ପ ଓଡିଶାର ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶାର ବିକାଶ ପାଇଁ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ବୋଲି ନାୟକ କହିଛନ୍ତି।
ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା କେନ୍ଦୁଝର, ମୟୂରଭଞ୍ଜ ସମେତ ଓଡ଼ିଶାର ବିଭିନ୍ନ ଅଞ୍ଚଳର ଆର୍ଥିକ ଅଭିବୃଦ୍ଧି ହେବା ସହ ପର୍ଯ୍ୟଟନ ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ହେବ। ଓଡ଼ିଶା ଓ ପଡ଼ୋଶୀ ରାଜ୍ୟର ଶିଳ୍ପାଞ୍ଚଳର ବିକାଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri