ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କୃଷ୍ଣଙ୍କ ନିଧନ ପାଇଁ ରଙ୍ଗସଭାରେ ମନ୍ତ୍ରଣା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ବିଭାଗର ୧୮ଟି ଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା ବିଭାଗର ସମସ୍ତ ରାଜା ରାଜ ଦରବାରରେ ଉପସ୍ଥିତ ରହି ଶତ୍ରୁ ବିନାଶ ପାଇଁ ଯୋଜନା ପ୍ରସ୍ତୁତି କରିଥିବା ନେଇ ମହାରାଜ କଂସଙ୍କୁ ଅବଗତ କରାଇଥିଲେ। ମହର୍ଷି ନାରଦଙ୍କ ଆଗମନ ଓ ଧନୁଯାତ୍ରା ଆୟୋଜନ ପାଇଁ ପରାମର୍ଶ ପ୍ରଦାନ କରିଥିଲେ। ନାଟ୍ୟ ନିର୍ଦ୍ଦେଶକ ନକୁଳ ବାଦୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଗ୍ରୀବର ବିଶି, ନୃତ୍ୟ ନିର୍ଦ୍ଦେଶକ ଶଙ୍କର ପଟ୍ଟନାୟକ ପ୍ରମୁଖଙ୍କ ନିର୍ଦ୍ଦେଶନାରେ କଂସ ଭୂମିକାରେ ଅଭିନୟ କରୁଥିବା ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଛାତ୍ରୀ ବର୍ଷା ରାଣୀ ପଟେଲଙ୍କ ଅଭିନୟ ଉଚ୍ଚକୋଟୀର ହୋଇଥିଲା।

ଏହି ଅବସରରେ ସ୍କୁଲସ୍ତରୀୟ ଫ୍ୟାନ୍ସି ଡ୍ରେସ ପ୍ରତିଯୋଗିତା ହୋଇଥିଲା। ଏହି ପ୍ରତିଯୋଗିତାର ଜୁନିୟର ବିଭାଗରେ ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର (ଓଡ଼ିଆ ବିଭାଗ)ର ଛାତ୍ର ସତ୍ୟଜିତ ଖମାରୀ ପ୍ରଥମ, ଶିଶୁ ବିଦ୍ୟା ମନ୍ଦିର ହିନ୍ଦୀ ବିଭାଗର ଛାତ୍ର ସମରୀନ ଦାଶ ଦ୍ବିତୀୟ ଏବଂ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ହର୍ସିତ୍‌ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସତ୍ୟଜିତ କଂସ ଭୂମିକାରେ ଅଭିନୟ କରି ସମସ୍ତଙ୍କ ଦୃଦୟ ଜିଣିଥିଲେ। ସେ ତୃତୀୟ ଶ୍ରେୀରେ ପଢୁଛନ୍ତି। ବରିଷ୍ଠ ବିଭାଗରେ ବରଗଡ଼ ପଞ୍ଚାୟତ କଲେଜ ଛାତ୍ର ଓମ ପ୍ରକାଶ ସାହୁ ପ୍ରଥମ ଓ ବୁଲୁ ମିଶ୍ର ଦ୍ବିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ଡଃ ତପସ୍ବିନୀ ଗୁରୁ, ନାଟ୍ୟ ନିର୍ଦ୍ଦେଶକ ସନ୍ତୋଷ ପଣ୍ଡା,ସଞ୍ଜୟ ବେହେରା ବିଚାରକ ଭାବେ ଯୋଗ ଦେଇଥିଲେ।

ରାଜ ଦରବାରରେ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସରୋଜ ଭୁଏ, ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତି ସୁନା, ଏ.ଇ ମିଶନ ସ୍କୁଲର ନିର୍ଦ୍ଦେଶକ ଯଶବୀର ସିଂ, ଜର୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାଶ୍ୱତୀ ଦାଶ ପ୍ରମୁଖ ରାଜ ଅତିଥିଭାବେ ଯୋଗ ଦେଇ ମହାରାଜଙ୍କ ପ୍ରଶଂସା କରିବା ସହିତ ବାଲ କଳାକାରଙ୍କୁ ଉତ୍ସାହିତ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri