ଶିଶୁପୁତ୍ରକୁ ମିଳିଲା ଚିକିତ୍ସା ସେବା

ବରଗଡ଼ ଅଫିସ,୮।୧: ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ବାସିନ୍ଦା ପୂଜା ଓ କଲ୍ଲୁ ଯାଦବଙ୍କ ୧୪ମାସର ପୁଅ ସାଇଙ୍କୁ ଚିକିତ୍ସା ସେବା ମିଳିଛି । ସାଇ ସଳଖ ଭାବେ ମୁଣ୍ଡ ରଖିପାରୁ ନ ଥିବାବେଳେ ଚଲାବୁଲା କିମ୍ବା ଉଠାବସା କରି ପାରୁ ନାହାନ୍ତି । ଏ ନେଇ ଗୁରୁବାର ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ତାଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆର୍‌ବିଏସ୍‌କେ) ବରଗଡ଼ ଆଗେଇ ଆସିଛି । ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଆର୍‌ବିଏସ୍‌କେର ମୋବାଇଲ ହେଲ୍‌ଥ ଟିମ୍‌ର ଡା. ସୁବ୍ରତ ମହାପାତ୍ର, ଫାର୍ମାସିଷ୍ଟ ଚୂଡ଼ାମଣି ଦେବତା (ଏମ୍‌ଏଚ୍‌ଟି) ସାଇଙ୍କ ଘରକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ସାଇଙ୍କ ବିକାଶର ଅଭିବୃଦ୍ଧି ଠିକ୍‌ ଭାବେ ହୋଇ ପାରୁ ନ ଥିବା ସେମାନେ ଜାଣିବାକୁ ପାଇଥିଲେ । ଟିମ୍‌ ଶିଶୁପୁତ୍ରକୁ ତାଙ୍କ ମା’ଙ୍କ ସହିତ ନେଇ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଥିବା ଜିଲା ସହଳ ସାଧନା କେନ୍ଦ୍ର(ଡିଇଆଇସି)କୁ ନେଇଥିଲେ। ସେଠାର ଫିଜିଓଥେରାପିଷ୍ଟଙ୍କ ଦ୍ୱାରା ଶିଶୁକୁ ଥେରାପି ପ୍ରଦାନ କରାଯାଇଥିଲା । ସାଇକୁ ଡିଇଆଇସି ସାମ୍ନାରେ ରହିଥିବା ପୁଷ୍ଟି ସାଧନା କେନ୍ଦ୍ର(ଏନଆରସି)ରେ ଭର୍ତ୍ତି କରାଯିବ ବୋଲି ଆର୍‌ବିଏସ୍‌କେ ମ୍ୟାନେଜର ରାକେଶ ମହାପାତ୍ର ସୂଚନା ଦେଇଛନ୍ତି । ଆସନ୍ତା ୫ରୁ ୬ମାସ ମଧ୍ୟରେ ଶିଶୁର ମୋଲିଡିଲେର ଉନ୍ନତି ନିଶ୍ଚୟ ଜଣାପଡ଼ିବ ଏବଂ ଶିଶୁପୁତ୍ର ଠିକ୍‌ ଭାବେ ଚଲାବୁଲା କରିପାରିବ ବୋଲି ଫିଜିଓଥେରାପିଷ୍ଟ ଆଦିତ୍ୟ ଭୋଇ ପ୍ରକାଶ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri