ଶିଶୁପୁତ୍ରକୁ ମିଳିଲା ଚିକିତ୍ସା ସେବା

ବରଗଡ଼ ଅଫିସ,୮।୧: ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ବାସିନ୍ଦା ପୂଜା ଓ କଲ୍ଲୁ ଯାଦବଙ୍କ ୧୪ମାସର ପୁଅ ସାଇଙ୍କୁ ଚିକିତ୍ସା ସେବା ମିଳିଛି । ସାଇ ସଳଖ ଭାବେ ମୁଣ୍ଡ ରଖିପାରୁ ନ ଥିବାବେଳେ ଚଲାବୁଲା କିମ୍ବା ଉଠାବସା କରି ପାରୁ ନାହାନ୍ତି । ଏ ନେଇ ଗୁରୁବାର ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ତାଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆର୍‌ବିଏସ୍‌କେ) ବରଗଡ଼ ଆଗେଇ ଆସିଛି । ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଆର୍‌ବିଏସ୍‌କେର ମୋବାଇଲ ହେଲ୍‌ଥ ଟିମ୍‌ର ଡା. ସୁବ୍ରତ ମହାପାତ୍ର, ଫାର୍ମାସିଷ୍ଟ ଚୂଡ଼ାମଣି ଦେବତା (ଏମ୍‌ଏଚ୍‌ଟି) ସାଇଙ୍କ ଘରକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ସାଇଙ୍କ ବିକାଶର ଅଭିବୃଦ୍ଧି ଠିକ୍‌ ଭାବେ ହୋଇ ପାରୁ ନ ଥିବା ସେମାନେ ଜାଣିବାକୁ ପାଇଥିଲେ । ଟିମ୍‌ ଶିଶୁପୁତ୍ରକୁ ତାଙ୍କ ମା’ଙ୍କ ସହିତ ନେଇ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଥିବା ଜିଲା ସହଳ ସାଧନା କେନ୍ଦ୍ର(ଡିଇଆଇସି)କୁ ନେଇଥିଲେ। ସେଠାର ଫିଜିଓଥେରାପିଷ୍ଟଙ୍କ ଦ୍ୱାରା ଶିଶୁକୁ ଥେରାପି ପ୍ରଦାନ କରାଯାଇଥିଲା । ସାଇକୁ ଡିଇଆଇସି ସାମ୍ନାରେ ରହିଥିବା ପୁଷ୍ଟି ସାଧନା କେନ୍ଦ୍ର(ଏନଆରସି)ରେ ଭର୍ତ୍ତି କରାଯିବ ବୋଲି ଆର୍‌ବିଏସ୍‌କେ ମ୍ୟାନେଜର ରାକେଶ ମହାପାତ୍ର ସୂଚନା ଦେଇଛନ୍ତି । ଆସନ୍ତା ୫ରୁ ୬ମାସ ମଧ୍ୟରେ ଶିଶୁର ମୋଲିଡିଲେର ଉନ୍ନତି ନିଶ୍ଚୟ ଜଣାପଡ଼ିବ ଏବଂ ଶିଶୁପୁତ୍ର ଠିକ୍‌ ଭାବେ ଚଲାବୁଲା କରିପାରିବ ବୋଲି ଫିଜିଓଥେରାପିଷ୍ଟ ଆଦିତ୍ୟ ଭୋଇ ପ୍ରକାଶ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?