ଟିକା ନେଇ ମାସକର ଶିଶୁ ମୃତ

ଚନ୍ଦାହାଣ୍ଡି, ୨୨।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଚିଲିଗାଁ ଗ୍ରାମର ଗୁଣଧର କନିଅରଙ୍କ ୧ ମାସ ୧୩ ଦିନର ଶିଶୁପୁତ୍ରଙ୍କ ଟିକା ନେବା କାରଣରୁ ମୃତ୍ୟୁ ହୋଇଛି। ବୁଧବାର ଚିଲିଗାଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଙ୍କୁ ଟିକା ଦିଆଯାଇଥିଲା। ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ଶିଶୁପୁତ୍ରଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏ ଦିଗରେ ଜିଲା ସ୍ବାସ୍ଥ୍ୟାଧିକାରୀ ସ୍ବତନ୍ତ୍ର ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ପରିବାର ଲୋକେ ଦାବି କରିଛନ୍ତି।
ବୁଧବାର ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଚିଲିଗାଁ ଅଙ୍ଗନୱାଡି କେନ୍ଦ୍ରରେ ଶିଶୁ ଏବଂ ଗର୍ଭବତୀଙ୍କୁ ପ୍ରତିଷେଧକ ଟିକାକରଣ କରାଯାଇଥିଲା। ଅଙ୍ଗନୱାଡି କର୍ମୀ ରାୟବାରୀ ସୋରିଙ୍କ ସହ ଏଏନ୍‌ଏମ୍‌ ରେବତୀ ନାୟକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୪ ଜଣ ଶିଶୁ ଏବଂ ଗର୍ଭବତୀଙ୍କୁ ଟିକା ଦେଇଥିଲେ। ସେମାନଙ୍କ ମଧ୍ୟରେ ୩ ଜଣ ମାସିକିଆ ଶିଶୁ ଥିବା ବିପିଏମ୍‌ ସୁଦୀପ୍ତ କୁମାର ରାଉତ ପ୍ରକାଶ କରିଛନ୍ତି। ଗୁଣଧର କନିଅରଙ୍କ ପୁଅ ମଧ୍ୟ ଟିକା ନେଇଥିଲେ। ଟିକା ନେବା ପରେ ଶିଶୁପୁତ୍ରଙ୍କୁ ପ୍ରବଳ ଜ୍ୱର ହେବା ସହ ହାକୁଟି ହୋଇଥିଲା। ପରିବାର ଲୋକେ ୧୦୮ ଯୋଗେ ତାଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସ୍ବାସ୍ଥ୍ୟ ବିଭାଗ ଓ ଏଏନ୍‌ଏମ୍‌ଙ୍କୁ ଦାୟୀ କରିଛନ୍ତି । ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଉଚିତ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି। ଏ ନେଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସନ୍ଦୀପ ଶତପଥୀଙ୍କୁ ପଚାରିବାରୁ ଟିକା ନେଇ ଲକ୍ଷରେ ଗୋଟିଏ ଶିଶୁଙ୍କ ମୃତ୍ୟୁ ହୁଏ। ଉକ୍ତ ଔଷଧ ବୋତଲକୁ ରଖାଯାଇଛି। ସିଡିଏମ୍‌ଓଙ୍କୁ ଘଟଣା ସମ୍ପର୍କରେ ଜଣାଇ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗର ଓ ଡବ୍ଲ୍ୟୁଏଚ୍‌ଓ ଟିମ୍‌ ଆସିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri