ଟିକା ନେଇ ମାସକର ଶିଶୁ ମୃତ

ଚନ୍ଦାହାଣ୍ଡି, ୨୨।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଚିଲିଗାଁ ଗ୍ରାମର ଗୁଣଧର କନିଅରଙ୍କ ୧ ମାସ ୧୩ ଦିନର ଶିଶୁପୁତ୍ରଙ୍କ ଟିକା ନେବା କାରଣରୁ ମୃତ୍ୟୁ ହୋଇଛି। ବୁଧବାର ଚିଲିଗାଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଙ୍କୁ ଟିକା ଦିଆଯାଇଥିଲା। ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ଶିଶୁପୁତ୍ରଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏ ଦିଗରେ ଜିଲା ସ୍ବାସ୍ଥ୍ୟାଧିକାରୀ ସ୍ବତନ୍ତ୍ର ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ପରିବାର ଲୋକେ ଦାବି କରିଛନ୍ତି।
ବୁଧବାର ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଚିଲିଗାଁ ଅଙ୍ଗନୱାଡି କେନ୍ଦ୍ରରେ ଶିଶୁ ଏବଂ ଗର୍ଭବତୀଙ୍କୁ ପ୍ରତିଷେଧକ ଟିକାକରଣ କରାଯାଇଥିଲା। ଅଙ୍ଗନୱାଡି କର୍ମୀ ରାୟବାରୀ ସୋରିଙ୍କ ସହ ଏଏନ୍‌ଏମ୍‌ ରେବତୀ ନାୟକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୪ ଜଣ ଶିଶୁ ଏବଂ ଗର୍ଭବତୀଙ୍କୁ ଟିକା ଦେଇଥିଲେ। ସେମାନଙ୍କ ମଧ୍ୟରେ ୩ ଜଣ ମାସିକିଆ ଶିଶୁ ଥିବା ବିପିଏମ୍‌ ସୁଦୀପ୍ତ କୁମାର ରାଉତ ପ୍ରକାଶ କରିଛନ୍ତି। ଗୁଣଧର କନିଅରଙ୍କ ପୁଅ ମଧ୍ୟ ଟିକା ନେଇଥିଲେ। ଟିକା ନେବା ପରେ ଶିଶୁପୁତ୍ରଙ୍କୁ ପ୍ରବଳ ଜ୍ୱର ହେବା ସହ ହାକୁଟି ହୋଇଥିଲା। ପରିବାର ଲୋକେ ୧୦୮ ଯୋଗେ ତାଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସ୍ବାସ୍ଥ୍ୟ ବିଭାଗ ଓ ଏଏନ୍‌ଏମ୍‌ଙ୍କୁ ଦାୟୀ କରିଛନ୍ତି । ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଉଚିତ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି। ଏ ନେଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସନ୍ଦୀପ ଶତପଥୀଙ୍କୁ ପଚାରିବାରୁ ଟିକା ନେଇ ଲକ୍ଷରେ ଗୋଟିଏ ଶିଶୁଙ୍କ ମୃତ୍ୟୁ ହୁଏ। ଉକ୍ତ ଔଷଧ ବୋତଲକୁ ରଖାଯାଇଛି। ସିଡିଏମ୍‌ଓଙ୍କୁ ଘଟଣା ସମ୍ପର୍କରେ ଜଣାଇ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗର ଓ ଡବ୍ଲ୍ୟୁଏଚ୍‌ଓ ଟିମ୍‌ ଆସିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri