ଛୁଆ ହାତୀର ମୃତଦେହ ଠାବ

ବଡ଼ବିଲ/କେନ୍ଦୁଝର,୯ା୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଫରେଷ୍ଟ ରେଞ୍ଜ ଅଧୀନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ବୁଧବାର ବନ ବିଭାଗ ଏକ ଛୁଆହାତୀର ଗଳିତ ମୃତଦେହ ଠାବ କରିଛି। ମୃତ ହାତୀଛୁଆଟି ଅଣ୍ଡିରା ଓ ଏହାର ବୟସ ୨ରୁ ୩ବର୍ଷ ହେବ ବୋଲି ବନ ବିଭାଗ କହିଛି। ପ୍ରାୟ ସପ୍ତାହକ ତଳେ ଏହାର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବଡ଼ବିଲ ବନାଞ୍ଚଳ ଅଧିକାରୀ ମଧୁସୂଦନ ପାତ୍ର ଏବଂ କେନ୍ଦୁଝର ଡ଼ିଏଫ୍‌ଓ ସନ୍ତୋଷ ଯୋଶୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ଗତ ଜୁନ୍‌ ୧୪ ତାରିଖରେ ଚମ୍ପୁଆ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୁରୁବେଡ଼ା ଗାଁ ପାଖ ବୈତରଣୀ (ଖ) ସଂରକ୍ଷିତ ଜଙ୍ଗଲରେ ଗୋଟିଏ ମାଈ ହାତୀ ଓ ଏକ ଅଣ୍ଡିରା ହାତୀକୁ ବିଦ୍ୟୁତ୍‌ କରେଣ୍ଟ ଦେଇ ମାରିବା ପରେ ଦୁର୍ବୃତ୍ତ ଦାନ୍ତ ଚୋରି କରିନେଇଥିଲେ। ଚୋରି ହୋଇଥିତ୍ବା ଉକ୍ତ ଦାନ୍ତ ଅଦ୍ୟାବଧି ଉଦ୍ଧାର ହୋଇପାରି ନାହିଁ। କିଛି ଦିନ ମଧ୍ୟରେ ଖଣିଖାଦାନ ଅଞ୍ଚଳରେ ୫ଟି ହାତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri