ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା

ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉପାନ୍ତ ଅଞ୍ଚଳ ଖଡିକାପଦା ଗାଁରେ।

ଖଡିକାପଦାର ସନିଆ ମୁଣ୍ଡାଙ୍କ ସ୍ତ୍ରୀ ରାଇମଣିଙ୍କର ବୁଧବାର କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଏକ ପୁତ୍ର ସନ୍ତାନ ଜନ୍ମ ହେବା ପରେ ଡାକ୍ତର ନବଜାତକ ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ। ସନିଆ ମନ ଦୁଃଖରେ ଶିଶୁକୁ ଏକ ବ୍ୟାଗ୍‌ରେ ଧରି ଘରକୁ ନେଇ ସଂସ୍କାର କରିବା ପାଇଁ ବାହାରିବା ବେଳେ ଶିଶୁପୁତ୍ର କୁଆଁ କୁଆଁ କାନ୍ଦିବାରୁ ପୁଣି ଶିଶୁକୁ ଆଣି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ଆଇସିୟୁରେ ଭର୍ତ୍ତି କରିଥିଲେ। ଗୁରୁବାର ସକାଳୁ ଶିଶୁପୁତ୍ରଟି ଚିକିତ୍ସାଧୀନ ଅବସ୍ଥାରେ କରଞ୍ଜିଆ ଡାକ୍ତରଖାନାରେ ଆଖିବୁଜିଛି। ଏଭଳି ଦୁଃଖଦ ଘଟଣା ପାଇଁ ପରିବାର ଲୋକେ ଡାକ୍ତରଙ୍କ ଚିକିତ୍ସାରେ ଅବହେଳାକୁ ଦାୟୀ କରିଛନ୍ତି। ଏଭଳି ବେପରୁଆ ଭାବେ ପ୍ରଥମେ ଶିଶୁକୁ ମୃତ ଘୋଷଣା ଓ ପରେ ଆୟୁସିୟୁରେ ଭର୍ତ୍ତି ପରେ ଶିଶୁର ଦୁଃଖଦ ମୃତ୍ୟୁ ପାଇଁ ଦାୟୀ ଥିବା ଡାକ୍ତରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ  ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?