ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାଢେ ୭ କୋଟି ଦାନ କଲେ ବାଗ୍‌ଚୀ ଦମ୍ପତି

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଏବଂ ଓଡ଼ିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରୋତ ବାଗ୍‌ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭କୋଟି ୫୦ଲକ୍ଷ ଟଙ୍କା ଦାନ କରିଛନ୍ତି। କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ପୁରୀ ଜିଲାର ଅସହାୟ ବୃଦ୍ଧା, ମହିଳାମାନଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ପରିମାଣର ଚେକ୍‌ ଗ୍ରହଣ କରିଛନ୍ତି।