ଘରକୁ ଫେରିବାକୁ ଭିକ ମାଗୁଛନ୍ତି ବାହାନଗା ପୀଡ଼ିତ

ବାରଙ୍ଗ,୨୧।୮(ଲିଙ୍ଗରାଜ ରାଉତ):ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତ ବାଲେଶ୍ୱର ଅଞ୍ଚଳର ଗଣେଶ ସାହାଣୀ ଏବେ ନନ୍ଦନକାନନ ଛକରେ ଭିକ ମାଗୁଛନ୍ତି। ନିଜ ଦୁଃଖକୁ ସେ ଅନ୍ୟପାଖରେ ବଖାଣି ନିଜର ଖାଇବା ସହ ଚିକିତ୍ସା ଓ ଘରକୁ ଯିବାକୁ ଅର୍ଥ ଯୋଗାଡ଼ କରୁଛନ୍ତି। ଗଣେଶ ପରିବାର ଚଳାଇବାକୁ ହାଇଦ୍ରାବାଦରେ ଜଣେ ରାଜମିସ୍ତ୍ରି ପାଖରେ କାମ କରୁଥିଲେ। ସେଥିରେ ଯାହା ପାରିଶ୍ରମିକ ମିଳୁଥିଲା ସେଥିରେ ସେ କଷ୍ଟେମଷ୍ଟେ ପରିବାର ଚଳାଉଥିଲେ। କିନ୍ତୁ ହାଇଦ୍ରାବାଦରୁ ଘରକୁ ଫେରୁଥିବାବେଳେ ବାହାନଗା ପାଖରେ ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ଚେତା ଆସିବା ବେଳକୁ ସେ କଟକ ବଡ଼ ଡାକ୍ତରଖାନାରେ ନିଜକୁ ପାଇଥିଲେ। ଦୁର୍ଘଟଣାରେ ବାମ ହାତ ଭାଙ୍ଗିଯାଇଥିବାବେଳେ ଗୋଡ଼ରେ ଶକ୍ତ ଆଘାତ ଲାଗିଥିଲା। ଭଙ୍ଗାହାତ ଅପରେଶନ ପରେ ଶୁକ୍ରବାର ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିଲେ। ଡାକ୍ତରଖାନା ପକ୍ଷରୁ ୧୦୮ ଆମ୍ବୁଲାନ୍ସରେ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ମାତ୍ର ଆମ୍ବୁଲାନ୍ସ ଡ୍ରାଇଭର ଗଣେଷଙ୍କୁ ଘରକୁ ନ ନେଇ ତ୍ରିଶୂଳିଆ ଛକରେ ଛାଡ଼ି ପଳାଇ ଯାଇଥିଲା। ପାଖରେ ପଇସା ନ ଥିବାରୁ ସେ ଘରକୁ ଯିବା ପାଇଁ ଭିକ ମାଗୁଛନ୍ତି। ଏଥିସହ ଆଗକୁ ଚିକିତ୍ସା ପାଇଁ ଆବଶ୍ୟକ ଥିବା ଟଙ୍କା ଯୋଗାଡ଼ ଚିନ୍ତାରେ ଥିବା ସେ କହିଛନ୍ତି। ଘରେ ସ୍ତ୍ରୀ ସହ ୨ ପିଲା ଅଛନ୍ତି। ହାତ ଭାଙ୍ଗିଯାଇଥିବାବେଳେ ଆଘାତପ୍ରାପ୍ତ ଗୋଡ଼ରେ ଠିକ୍‌ ଭାବେ ସେ ଚାଲିପାରୁନାହାନ୍ତି। ଏପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ତେବେ ଏଭଳି ଅମାନବିକତା କାଯର୍ର୍‌ୟ କରିଥିବା ଆମ୍ବୁଲାନ୍ସ ଡ୍ରାଇଭର ଉପରେ କାଯର୍ର୍‌ୟାନୁଷ୍ଠାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri