ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ ୧୮.୨୭ ମିଟରରେ ପ୍ରବାହିତ ହେଉଛି। ଏ ନେଇ ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ, ତହସିଲଦାର ମୃତ୍ୟୁଞ୍ଜୟ ଭୂୟାଁ , ବିଡିଓ ବିଜୟ କୁମାର ସାହୁ ଭଣ୍ଡାରିପୋଖରୀ ବ୍ଲକ ପରିସରରେ ବନ୍ୟା ସମ୍ପର୍କରେ ସମୀକ୍ଷା କରଛନ୍ତି। ପରେ ବୈତରଣୀ ଆଖୁଆପଦା ଆନିକଟ ପରିଦର୍ଶନ କରି ଭାଗୀୟ ନିର୍ବାହୀଯନ୍ତ୍ରୀ ଶଙ୍କର୍ଷଣ ବେହେରା, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ଦାସଙ୍କ ସହ ଆଲୋଚନା କରିଛନ୍ତି ।
ବନ୍ୟାକୁ ନେଇ ବ୍ଲକ ପ୍ରଶାସନ ସଜାଗ ରହିଥିବା ବିଡିଓ ସୂଚନା ଦେଇଛନ୍ତି। ବନ୍ୟା କୁ ଦୃଷ୍ଟିରେ ରଖି ଭଣ୍ଡାରିପୋଖରୀଠାରେ ଏନ୍‌ଡିଆର୍‌ଏଫ୍‌ ଟିମ ପହଞ୍ଚି ଥିବା ତହସିଲଦାର ସୂଚନା ଦେଇଛନ୍ତି। ତେବେ ବନ୍ୟାଜଳ ସକାଳ ୯ଟାରେ ୧୭.୫୫, ୧୦ଟାରେ ୧୭.୭୦, ୧୧ଟାରେ ୧୭.୯୦ , ୧୨ ଟାରେ ୧୮.୧୦ , ୧ ଟାରେ ୧୮.୨୭ ମିଟରରେ ପ୍ରବାହିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri