ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦ ମସିହାରୁ ଅନୁଷ୍ଠିତ ହୋଇ ଆସୁଥିବା ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ଚଳିତବର୍ଷ ତଥା ୩୧ ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ସର୍ବସମ୍ମତି କ୍ରମେ ୨୦୨୦ ବର୍ଷର ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟକୁ କରୋନା ସଂକ୍ରମଣ ପାଇଁ ସ୍ଥଗିତ ରଖାଗଲା। ଆଗାମୀ ଦିନରେ କରୋନା ସଂକ୍ରମଣ ତଥା ସରକାରଙ୍କ ନିର୍ଦେଶନାମା ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହ ପ୍ରତିବର୍ଷ ଡିସେମ୍ବର ୩୦ରେ ହେଉଥିବା ବାମଣ୍ଡା କପ ଫାଇନାଲ ଦିନକୁ ସ୍ମରଣ କରିବା ପାଇଁ ଡିସେମ୍ବର ୩୦ତାରିଖରେ ଏକ ରକ୍ତଦାନ ଶିବିର ଆୟୋଜନ କରିବାକୁ ସ୍ଥିରିକୃତ କରାଯାଇଛି। ଉକ୍ତ ରକ୍ତଦାନ ଶିବିରରେ କ୍ଲବର ସମସ୍ତ ସଦସ୍ୟ, ଖେଳାଳି ତଥା ଶୁଭେଚ୍ଛୁମାନେ ଯୋଗଦେବାକୁ ଅନୁରୋଧ କରାଯାଇଛି। ବୈଠକରେ କ୍ଲବର ସମ୍ପାଦକ ସୁଜିତ ପ୍ରଧାନ, ନବୀନ ପାଣି, ଉପ ସଭାପତି ଅଶୋକ ନନ୍ଦ ଏବଂ ସତ୍ୟନାରାୟଣ ପାଣି, କୋଷାଧ୍ୟକ୍ଷ ମୋତିଲାଲ ଶର୍ମା,ବସନ୍ତ ବେହେରା,ସୁଶୀଲ ନାୟକ, ଜୟନ୍ତ ସାହୁ, ପ୍ରଶାନ୍ତ ଦେବତା, ସନ୍ତୋଷ ଦେବତା, ଦୁର୍ଯ୍ୟୋଧନ ବିଶ୍ୱାଳ, ହରେକୃଷ୍ଣ ସାହୁ, ପ୍ରଫୁଲ୍ଲ ନାୟକ ତଥା ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri