ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦ ମସିହାରୁ ଅନୁଷ୍ଠିତ ହୋଇ ଆସୁଥିବା ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ଚଳିତବର୍ଷ ତଥା ୩୧ ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ସର୍ବସମ୍ମତି କ୍ରମେ ୨୦୨୦ ବର୍ଷର ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟକୁ କରୋନା ସଂକ୍ରମଣ ପାଇଁ ସ୍ଥଗିତ ରଖାଗଲା। ଆଗାମୀ ଦିନରେ କରୋନା ସଂକ୍ରମଣ ତଥା ସରକାରଙ୍କ ନିର୍ଦେଶନାମା ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହ ପ୍ରତିବର୍ଷ ଡିସେମ୍ବର ୩୦ରେ ହେଉଥିବା ବାମଣ୍ଡା କପ ଫାଇନାଲ ଦିନକୁ ସ୍ମରଣ କରିବା ପାଇଁ ଡିସେମ୍ବର ୩୦ତାରିଖରେ ଏକ ରକ୍ତଦାନ ଶିବିର ଆୟୋଜନ କରିବାକୁ ସ୍ଥିରିକୃତ କରାଯାଇଛି। ଉକ୍ତ ରକ୍ତଦାନ ଶିବିରରେ କ୍ଲବର ସମସ୍ତ ସଦସ୍ୟ, ଖେଳାଳି ତଥା ଶୁଭେଚ୍ଛୁମାନେ ଯୋଗଦେବାକୁ ଅନୁରୋଧ କରାଯାଇଛି। ବୈଠକରେ କ୍ଲବର ସମ୍ପାଦକ ସୁଜିତ ପ୍ରଧାନ, ନବୀନ ପାଣି, ଉପ ସଭାପତି ଅଶୋକ ନନ୍ଦ ଏବଂ ସତ୍ୟନାରାୟଣ ପାଣି, କୋଷାଧ୍ୟକ୍ଷ ମୋତିଲାଲ ଶର୍ମା,ବସନ୍ତ ବେହେରା,ସୁଶୀଲ ନାୟକ, ଜୟନ୍ତ ସାହୁ, ପ୍ରଶାନ୍ତ ଦେବତା, ସନ୍ତୋଷ ଦେବତା, ଦୁର୍ଯ୍ୟୋଧନ ବିଶ୍ୱାଳ, ହରେକୃଷ୍ଣ ସାହୁ, ପ୍ରଫୁଲ୍ଲ ନାୟକ ତଥା ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri