ଇକଡାରେ ନିର୍ମାଣ ହେଲା ବାଉଁଶପୋଲ

ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ ପାରି ହେବାକୁ ପଡ଼େ। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖାଲିନା ପଞ୍ଚାୟତ ଇକଡ଼ା ଗାଁର ହରିଜନ ସାହିର ଲୋକମାନେ କାହିଁ କେଉଁକାଳରୁ ପ୍ରାୟ ୨୦୦ ଫୁଟ ଲମ୍ବର ନାଳ ପାରି ହେବାକୁ ୨ଖଣ୍ଡ ବାଉଁଶ ଥିଲା ଏକମାତ୍ର ଭରସା। ଏହି ସାହିରେ ପ୍ରାୟ ୧୪/୧୫ ହରିଜନ ପରିବାର ବାସ କରୁଥିବା ବେଳେ ନିକଟରେ ରହିଥିବା ଏକ କଂକ୍ରିଟ ରାସ୍ତାକୁ ଯାତାୟାତ ଲାଗି ହଇରାଣ ହୋଇ ଆସୁଥିଲେ। ପ୍ରଶାସନ ଓ ଲୋକପ୍ରତିନିଧିଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏହା ସଫଳ ହୋଇପାରି ନ ଥିଲା। ଗଣମାଧ୍ୟମରେ ଏ ସମ୍ପର୍କରେ ଖବର ପ୍ରସାରଣ ହେବା ପରେ ଦିଲ୍ଲୀର ଗୁଞ୍ଜ ନାମକ ଏକ ବେସରକାରୀ ସଂସ୍ଥା ଘଟଣାସ୍ଥଳ ବୁଲି ଲୋକଙ୍କ ଦୁଃଖ ଦୁର୍ଦ୍ଦଶା ବୁଝିଥିଲା। ରୋଗୀ କିମ୍ବା ପ୍ରସୂତିଟିଏ ଡାକ୍ତରଖାନା ଯିବା ସମ୍ଭବ ହେଉ ନ ଥିବାରୁ ସଂସ୍ଥା ନିଜସ୍ବ ପାଣ୍ଠିରେ ସ୍ଥାନୀୟ ସ୍ପର୍ଶ ସଂସ୍ଥା ସହାୟତାରେ ଏକ ଅସ୍ଥାୟୀ ବାଉଁଶ ପୋଲ ନିର୍ମାଣ ଆରମ୍ଭ କରିଥିଲା। ଶନିବାର ଏହି ପୋଲକୁ ଗୁଞ୍ଜ ସଂସ୍ଥାର ଓଡିଶା ମୁଖ୍ୟ ସୁରେଶ କୁମାର ଉଦ୍‌ଘାଟନ କରି ଲୋକଙ୍କ ମୌଳିକ ସମସ୍ୟା ଦୂର କରିବାରେ ଏହା ସହାୟକ ହେବ ବୋଲି କହିଥିଲେ। ଖବରଦାତା ଦିଲୀପ କୁମାର ଦାସ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀନବନ୍ଧୁ ପ୍ରଧାନ, ବିରେନ କୁମାର ଦେ, ଅଭୟ କୁମାର ଦେ, ଦେବାଶିଷ ପାଢୀ, ପ୍ରଶାନ୍ତ ଧଳ, ସଞ୍ଜୟ ଧଳ, ଆଇନ୍‌ଜୀବୀ ଅଜିତ୍‌ କୁମାର ସୁର, ଅରୁଣ ସୁର, ରାଖାଲ ବେହେରା, ଅଧ୍ୟାପକ ପ୍ରଶାନ୍ତ ଧଳ, ଛାତ୍ରୀ ଚୁନି ଭୂୟଁା, ନୟନ କୁମାର ପାଢ଼ି ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?