ଧବଳେଶ୍ୱରଙ୍କ ପୀଠକୁ ଯିବା ପ୍ରତିବନ୍ଧକ ହଟିଲା

ଖୁଣ୍ଟୁଣୀ,୧୨ା୧(ଡି.ଏନ୍‌.ଏ.): କଟକ ଜିଲା ଧବଳେଶ୍ୱରଙ୍କ ପୀଠକୁ ଯିବାକୁ ଏଣିକି ସମସ୍ତ ପ୍ରତିବନ୍ଧକ ହଟିଛି। ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟରେ ମଞ୍ଚେଶ୍ୱରର ପାଇକେରାପୁର ମହାନଦୀ ତୁଠଠାରୁ ଧବଳେଶ୍ବର ପର୍ଯ୍ୟଟନ କମ୍ୟୁନିଟି କେନ୍ଦ୍ର ଯାଏ ଦୀର୍ଘ ୨ କିମିରୁ ଊର୍ଦ୍ଧ୍ୱ ବାଲିରେ ନିର୍ମିତ ରାସ୍ତାକୁ ବୁଧବାର କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦ୍‌ଘାଟନ କରିଥିଲେ। ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ମନ୍ତ୍ର ଉଚ୍ଚାରଣ କରିଥିଲେ। ବାଲି ଉପରେ ମୋରମ ବିଛାଯାଇଥିବା ଏକ ୪ ମାସିଆ ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁମାନେ ଚାଲି ଚାଲି ଯାଇ ବାବାଙ୍କୁ ଦର୍ଶନ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆଠଗଡ଼ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ, ତହସିଲଦାର ପ୍ରିୟବ୍ରତ ଦାସ, ଦେବୋତ୍ତର ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା, ମଞ୍ଚେଶ୍ୱର ସରପଞ୍ଚ ପ୍ରିୟବ୍ରତ ସାହୁ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପରେ ଉଦ୍‌ଘାଟନ ସ୍ଥଳରେ ଏକ ସଭାରେ ମନ୍ତ୍ରୀ ସ୍ବାଇଁ ଦର୍ଶନାର୍ଥୀଙ୍କ ସୁବିଧା ନିମନ୍ତେ ଏହି ଭଳି ନିର୍ମିତ ରାସ୍ତାର ଆବଶ୍ୟକ ଥିଲା ବୋଲି କହିଥିଲେ। ଏଥିରେ ଉପଜିଲାପାଳ ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଉଦ୍‌ଘାଟନ ପୂର୍ବରୁ ଏହି ରାସ୍ତାରେ ଶ୍ରଦ୍ଧାଳୁଙ୍କ ସମେତ ଆଖପାଖରୁ ବହୁ ଲୋକ ସକାଳୁ ମଧ୍ୟାହ୍ନ ୧୨ଟା ଯାଏ ବାଇକ୍‌ ଓ ଚାଲି କରି ଯାଉଥିବା ଦେଖିବାକୁ ମିଳିଥିଲା। ଏହି ଉପଲକ୍ଷେ ପୂଜକ ସମାଜର ପୂର୍ବ ଦାବି ମୁତାବକ ୧୧୭ ପୂଜକ ପରିବାରଙ୍କୁ ମନ୍ତ୍ରୀ ସ୍ବାଇଁ ପ୍ରତ୍ୟେକଙ୍କୁ ୧୬ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ। ତେବେ ଅସ୍ଥାୟୀ ହେଉ ଅବା ବର୍ଷାରେ ରାସ୍ତା ଧୋଇଯାଉ ପଛେ ଆମେ ଧବଳେଶ୍ୱରଙ୍କ ପୀଠକୁ ହଜାର ହଜାର ବର୍ଷ ପରେ ପ୍ରଥମ କରି ବାଇକ୍‌ ଓ ଅଟୋରେ ଆସିବାର ସୁଯୋଗ ପାଇଥିବାରୁ ଅତ୍ୟନ୍ତ ଖୁସି ବୋଲି ଜଣେ ଭକ୍ତ କହିଥିଲେ। ଅପରପକ୍ଷେ ଧବଳେଶ୍ୱର ପୀଠକୁ ଝୁଲାପୋଲ, ଭୋଗମଣ୍ଡପ ନିଲାମ, ସାଇକେଲ ଷ୍ଟାଣ୍ଡ, ଜୋତା ଷ୍ଟାଣ୍ଡ ନିଲାମ ଆଦି ଅନେକ ବାଟରେ ଅର୍ଥ ଆଦାୟ ହେଉଥିବା ବେଳେ ପୂଜକ ପରିବାରଙ୍କ ଅନେକ ଦାବି ମୁତାବକ ପ୍ରାପ୍ୟ ମିଳି ନ ଥିବାରୁ ସେମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri