ଜୁଲାଇ ପହିଲାରୁ ପଲିଥିନ ନିଷେଧ କଡ଼ାକଡ଼ି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍‌ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଓଏସ୍‌ପିସିବି) ପକ୍ଷରୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ପ୍ଲାଷ୍ଟିକ ବର୍ଜନ ପରିଚାଳନା ରୁଲ୍‌ ଅନୁଯାୟୀ ପଲିଥିନ ବିକ୍ରି, ଆମଦାନୀ ଯୋଗାଣ ଉପରେ କଟକଣା ଲଗାଯାଇଛି। ଇୟର ବଡ୍‌(କାନସଫା କାଠି), ବେଲୁନରେ ଲାଗୁଥିବା ପ୍ଲାଷ୍ଟିକ ଷ୍ଟିକ୍‌, ପତାକା, ଚକୋଲେଟ ଓ ଆଇସ୍‌କ୍ରିମ କାଠିଗୁଡ଼ିକୁ ମଧ୍ୟ ନିଷେଧ କରାଯିବ। ସେହିପରି ପୁନଃ ପ୍ରକ୍ରିିୟାକରଣ ହୋଇପାରୁଥିବା ପ୍ଲାଷ୍ଟିକ ବ୍ୟାଗ ମୋଟେଇ ୭୫ ମାଇକ୍ରନରୁ ୧୨୦ ମାଇକ୍ରନକୁ ବୃଦ୍ଧି କରାଯିବ। ଆସନ୍ତା ଡିସେମ୍ବର ୩୧ରୁ ଏହାକୁ କଡ଼ାକଡ଼ି ଲାଗୁ କରାଯିବ। ଏହାଛଡ଼ା ପ୍ଲାଷ୍ଟିକ ବ୍ୟବହାରକୁ ରୋକିବା ସହ ବ୍ୟବହାରକାରୀଙ୍କ ବିରୋଧରେ କଡ଼ାକଡ଼ି ପଦକ୍ଷେପ ନେବାକୁ ବୋର୍ଡ ପକ୍ଷରୁ ସରକାରୀ ଏଜେନ୍ସିଗୁଡ଼ିକୁ କୁହାଯାଇଛି।
ଯେ ରାଜ୍ୟ ସରକାର ୨୦୧୮ ଅକ୍ଟୋବର ୨ରେ ୫ ମହାନଗର ନିଗମ କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର, ରାଉରକେଲା ସହିତ ପୁରୀ ସହରରେ ପଲିଥିନ ବ୍ୟବହାରକୁ ନିଷେଧ ଘୋଷଣା କରିଥିଲେ । ଏହାର ଠିକ୍‌ ବର୍ଷେ ପରେ ୨୦୧୯ ଅକ୍ଟୋବର ୨ରୁ ରାଜ୍ୟର ସମସ୍ତ ୧୧୪ ସହରାଞ୍ଚଳରେ ପଲିଥିନ ବ୍ୟବହାରକୁ ନିଷେଧ କରାଯାଇଛି। ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ ସହିତ ୨୦୦ ମିଲିଲିଟରରୁ କମ୍‌ ପାଣିବୋତଲ, ଥର୍ମୋକୁଲ, ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ, ଗ୍ଲାସ, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯାଇଛି। କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ପଲିଥିନ ବ୍ୟବହାର କରିପାରିବେ ନାହିଁ। ସେଥିପାଇଁ ଦଣ୍ଡବିଧାନ ବ୍ୟବସ୍ଥା ରହିଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ମହାନଗର ନିଗମ କମିଶନର ଓ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପଲିଥିନ ବନ୍ଦକୁ ସଫଳ କରିବା ପାଇଁ ସମସ୍ତ ପଦକ୍ଷେପ ସହ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେହି ଅଧିକାରୀମାନେ ପରିବେଶ(ସୁରକ୍ଷା) ଆଇନ ୧୯୮୬ ଅନୁଯାୟୀ ନିଜ ଅଞ୍ଚଳ ଭିତରେ ଉଲ୍ଲଂଘନକାରୀଙ୍କୁ ଦଣ୍ଡବିଧାନ କରିପାରିବେ। ଜିଲାପାଳ ପଲିଥିନ କଟକଣାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା ସକାଶେ ଏଡିଏମ୍‌, ଏସ୍‌ପି, ବନଖଣ୍ଡ ଅଧିକାରୀ, ତହସିଲଦାର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ, ପୌର ସଂସ୍ଥାର ଅଧିକାରୀମାନଙ୍କୁ ସାମିଲ କରିବେ। ପଲିଥିନ ବିକ୍ରି, ଉତ୍ପାଦନ, ଗଚ୍ଛିତ କରୁଥିବା ସଂସ୍ଥା କିମ୍ବା ବ୍ୟବସାୟୀ ଏହି ବିଜ୍ଞପ୍ତି ପ୍ରକାଶ ପାଇବାର ୧ ମାସ ମଧ୍ୟରେ ସେଗୁଡ଼ିକୁ ନଷ୍ଟ କରିବାକୁ କୁହାଯାଇଥିଲା। କଟକଣା ଲାଗୁ ହେବାର କିଛି ମାସ ମଧ୍ୟରେ ଧରପଗଡ଼ ଜୋରଦାର ହୋଇଥିଲା। ବ୍ୟବସାୟୀମାନେ ଜରିମାନା ଭୟରେ ପଲିଥିନ ବ୍ୟବହାର ବନ୍ଦ କରି ଦେଇଥିଲେ। ଜନସାଧାରଣ ପଲିଥିନ ବଦଳରେ ବ୍ୟାଗ ନେବାକୁ ପସନ୍ଦ କରୁଥିଲେ। କରୋନା ମହାମାରୀ ସଂକ୍ରମଣକୁ ଦେଖି ରାଜ୍ୟରେ ଲକ୍‌ଡାଉନ ଓ ଶଟଡାଉନ ଜାରି ହେଲା। ଏହାପରେ ପଲିଥିନ ବ୍ୟବହାର ବହୁପରିମାଣରେ ବଢ଼ି ଯାଇଛି। କଟକଣା କଡ଼ାକଡ଼ି ପାଳନ ହେଉ ନ ଥିବାରୁ ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ମଧ୍ୟ ବିନା ସଙ୍କୋଚରେ ବ୍ୟବହାର କରିଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?