Posted inଖେଳ

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା ଭାରତରେ ଖେଳିବ କି ନାହିଁ ତାହା ସ୍ପଷ୍ଟ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି)କୁ ଅଲ୍ଟିମେଟମ ଦିଆଯିବା ପରେ ବାଂଲାଦେଶ ସରକାରଙ୍କ ସ୍ପୋଟର୍‌ସ ଆଡଭାଇଜର ଆସିଫ ନାଜ୍ରୁଲ ମଙ୍ଗଳବାର ଏଭଳି ପ୍ରତିକ୍ରିୟା ରଖିଛନ୍ତି। ଭାରତ ଟ୍ରାଭେଲ ନ କରିବା ଲାଗି ବିସିବି ଯଦି ନିଜ ଜିଦ୍‌ରେ ଅଟଳ ରୁହେ, ତେବେ ୨୦ ଦଳ ବିଶିଷ୍ଟ ଟୁର୍ନାମେଣ୍ଟରେ ର଼୍ୟାଙ୍କିଙ୍ଗ୍‌ ଆଧାରରେ ବାଂଲାଦେଶ ବଦଳରେ ସ୍କଟ୍‌ଲାଣ୍ଡ ଖେଳିବ। ସ୍ଥାନରେ ସ୍କଟ୍‌ଲାଣ୍ଡକୁ ସାମିଲ କରାଯିବା ସମ୍ପର୍କରେ ମୁଁ ଅବଗତ ନୁହେଁ। ଯଦି ଆଇସିସି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଚାପରେ ମୁଣ୍ଡ ନୁଆଁଇ ଆମ ଉପରେ ଅଯୁକ୍ତିଯୁକ୍ତ ସର୍ତ୍ତ ମାଧ୍ୟମରେ ଚାପ ପକାଏ, ତେବେ ଆମେ ସେହି ସର୍ତ୍ତ ମାନିବୁ ନାହିଁ। ଅତୀତରେ ଉଦାହରଣ ରହିଛି ଯେ, ଭାରତ ଟ୍ରାଭେଲ କରିବାକୁ ପାକିସ୍ତାନ ମନା କରିଥିଲା ଓ ଆଇସିସି ଭେନ୍ୟୁ ବଦଳାଇଥିଲା। ଆମେ ସେମାନଙ୍କୁ ଭେନ୍ୟୁ ପରିବର୍ତ୍ତନ କରିବା ଲାଗି ଯଥାର୍ଥ କାରଣ ଦେଇଥିଲୁ। ଆମ ଉପରେ ଭାରତରେ ଖେଳିବାକୁ ଚାପ ପକାଯାଇ ପାରିବ ନାହିଁ’ ବୋଲି ନଜ୍ରୁଲ କହିଛନ୍ତି। ବାଂଲାଦେଶ ପେସର ମୁସ୍ତାଫିଜୁର ରହମାନଙ୍କୁ ଆଇପିଏଲ୍‌ରୁ ହଟାଯିବାକୁ ନେଇ ଏହି ବିବାଦ ଆରମ୍ଭ ହୋଇଥିଲା। ଏହାର ଜବାବରେ ସୁରକ୍ଷାଗତ କାରଣ ଦର୍ଶାଇ ବିସିବି ବାଂଲାଦେଶ ଦଳକୁ ଭାରତ ପଠାଇବ ନାହିଁ ବୋଲି କହିଥିଲା। ବିସିବି ତା’ର ସମସ୍ତ ୪ ଲିଗ୍‌ ମ୍ୟାଚ୍‌ ଶ୍ରୀଲଙ୍କାରେ ଖେଳିବାକୁ ଚାହୁଁଥିବା ଇଚ୍ଛା ପ୍ରକଟ କରିଥିଲା। ବାଂଲାଦେଶ ଗ୍ରୁପ୍‌-ସି’ରେ ଇଟାଲୀ, ନେପାଳ ଓ ଇଂଲଣ୍ଡ ସ୍ଥାନ ପାଇଥିବା ବେଳେ ଢାକାଠାରେ ବସିଥିବା ଗତ ବୈଠକରେ ବିସିବି ଆଇସିସି ଅଧିକାରୀଙ୍କ ନିକଟରେ ଗ୍ରୁପ୍‌-ବି’ରେ ଆୟର୍ଲାଣ୍ଡ ସହ ଅଦଳବଦଳ କରିବାକୁ ପ୍ରସ୍ତାବ ଦେଇଥିଲା। ଯାହାଫଳରେ ବାଂଲାଦେଶ ତା’ର ସମସ୍ତ ଲିଗ୍‌ ମ୍ୟାଚ୍‌ ଶ୍ରୀଲଙ୍କାରେ ଖେଳିପାରିବ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri