କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏଭଳି ଆଶ୍ୱାସନା ଦେଇଛନ୍ତି ଲିଡ ଡିଷ୍ଟ୍ରିକ ମ୍ୟାନେଜର(ଏଲ୍‌ଡିଏମ) ରବି ନାରାୟଣ ମହାଲିକ ଓ ସ୍ଥାନୀୟ ବ୍ୟାଙ୍କ ଅଫ ଇଣ୍ଡିଆ ମ୍ୟାନେଜର ପ୍ରଭାତ ବେହେରା। ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ଟ୍ରଷ୍ଟ ବୋର୍ଡର ସଭାପତି ରାଜେନ୍ଦ୍ର ପଟ୍ଟନାୟକ ।

ସୂଚନା ଯୋଗ୍ୟ, ଭକ୍ତଙ୍କ ଦାନ ଅର୍ଥ ବାବଦକୁ ମନ୍ଦିରକୁ ଆସୁଥିବା ଓ ଭକ୍ତ ହୁଣ୍ଡିରେ ଦାନ କରୁଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନ ସ୍ଥାନୀୟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ୩ ମାସ ହେଲା ଜମା ହୋଇଥିଲେ ହେଁ ଉଭୟ ବ୍ୟାଙ୍କ ଆକାଉଣ୍ଟରେ ଜମା କରିବାକୁ ଅଗ୍ରାହ୍ୟ କରିଦେଇଥିଲେ। ଏନେଇ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରାଜସ୍ବ କମିଶନର ଓ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆକୁ ଚିଠି କରାଯାଇଥିଲା। ଏଲଡିଏମ ଖବର ପାଇବା ପରେ କଏନ ଗ୍ରହଣ କରିବା ନେଇ ଟ୍ରଷ୍ଟ ବୋର୍ଡକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri