ଶୁଝିପାରିଲେନି ଲୋନ୍‌, ଘର ସିଲ୍‌ କଲା ବ୍ୟାଙ୍କ

ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ ସିଲ୍‌ କରିଛି ବ୍ୟାଙ୍କ। ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସାରୁ ଗ୍ରାମରେ ଶୁକ୍ରବାର କୃଷ୍ଣଚନ୍ଦ୍ର ପାଢ଼ୀଙ୍କ ଘରକୁ ମାଜିଷ୍ଟ୍ରେଟ୍‌ ଓ ପୋଲିସ ଉପସ୍ଥିତିରେ ସିଲ୍‌ ହୋଇଛି।
ପ୍ରକାଶ ଯେ, ୨୦୨୦ରେ ବ୍ରହ୍ମପୁର ବ୍ରହ୍ମାନଗର ଏସ୍‌ବିଆଇ ଆଞ୍ଚଳିକ ଶାଖାରୁ ଘର ବନ୍ଧକ ରଖି ସାରୁ ଗାଁର କୃଷ୍ଣଚନ୍ଦ୍ର ଋଣ ଆଣିଥିଲେ। ଚୁକ୍ତିନାମା ଅନୁଯାୟୀ, ବ୍ୟାଙ୍କ ଋଣ ଶୁଝି ନ ପାରିବା ଫଳରେ ବ୍ୟାଙ୍କ କର୍ତ୍ତୃପକ୍ଷ ଋଣ ଶୁଝିବା ଲାଗି ୨୦୨୩ ମେ’ ୧୧ରେ ଋଣ ବାବଦକୁ ୧୮ ଲକ୍ଷ ୯୧ ହଜାର ୯୮ ଟଙ୍କା ପରିଶୋଧ କରିବା ପାଇଁ ନୋଟିସ୍‌ ଦେଇଥିଲେ। କିନ୍ତୁ ଋଣ ଗ୍ରହୀତା ଟଙ୍କା ଶୁଝି ନ ପାରିବା ଫଳରେ ବ୍ୟାଙ୍କ କର୍ତ୍ତୃପକ୍ଷ ଗଞ୍ଜାମ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଜିଲାପାଳଙ୍କ ଆଦେଶ ସଂଖ୍ୟା- ୫୨୩୯(୨୭/୨୪)/୦୬.୧୨.୨୦୨୪ ପ୍ରକାରେ ସଂପୃକ୍ତ ଋଣ ଖିଲାପକାରୀଙ୍କ ହିଞ୍ଜିଳି ଥାନା ସାରୁ ଗ୍ରାମ ବାସଗୃହ ଜବତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ହିଞ୍ଜିଳିକାଟୁ ଅତିରିକ୍ତ ତହସିଲଦାର ସୂରଜ ନାୟକ ବେହେରା, ପୋଲିସ ଓ ବ୍ୟାଙ୍କ ଏନ୍‌ଫୋର୍ସମେଣ୍ଟ ଟିମ୍‌ ମୁଖ୍ୟ ତଥା ମୁଖ୍ୟ ଶାଖା ପରିଚାଳକ ଶୁଭେନ୍ଦୁ ଶଙ୍କର ଜେନା, ସାରୁ ଷ୍ଟେଟ୍‌ବ୍ୟାଙ୍କ ଶାଖା ପରିଚାଳକ ଭୁବନ କୁମାର, ହିଞ୍ଜିଳି ଥାନା ଏସ୍‌.ଆଇ. ସୁରେଶ କୁମାର ସାହୁ ପ୍ରମୁଖଙ୍କ ସହ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଘରକୁ ସିଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri