୪ ଦିନ ବ୍ୟାଙ୍କ ବନ୍ଦ ରହିବ

ଭୁବନେଶ୍ୱର,୧୦ା୩: ଗତ ବଜେଟ ସମୟରେ କେନ୍ଦ୍ର ସରକାର କିଛି ଜାତୀୟକରଣ ବ୍ୟାଙ୍କକୁ ଘରୋଇକରଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିର ପ୍ରତିବାଦରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫବିୟୁ) ପକ୍ଷରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟର ଡାକରା ଦିଆଯାଇଛି। ୟୁନିୟନର ଏହି ଡାକରା ଫଳରେ ଦେଶରେ ଲଗାତର ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ ବୋଲି ଜଣାପଡିଛି।
ୟୁନିୟନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାର୍ଚ୍ଚ ୧୩ ଓ ୧୪ ସାଧାରଣତଃ ୨ୟ ଶନିବାର ଏବଂ ରବିବାର ପଡୁ ଥିବାରୁ ବ୍ୟାଙ୍କ ବନ୍ଦ ରହିବ। ସେହିଭଳି ୟୁନିୟନର ବନ୍ଦ ଡାକରା ଯୋଗୁ ମାର୍ଚ୍ଚ ୧୫ ଓ ୧୬ (ସୋମ ଓ ମଙ୍ଗଳବାର)ରେ ମଧ୍ୟ ବ୍ୟାଙ୍କ ସେବା ବନ୍ଦ ରହିବ।
ଅର୍ଥାତ ଶନି, ରବି, ସୋମ ଓ ମଙ୍ଗଳବାର ଜନସାଧାରଣ ବ୍ୟାଙ୍କ ସେବା ପାଇବାରୁ ବଞ୍ଚତ୍ତ ହେବେ।
ୟୁନିୟନର ଏହି ଡାକରା ଫଳରେ ସାରା ଦେଶରେ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ଧର୍ମଘଟରେ ସାମିଲ ହେବେ। ଏହାର ପ୍ରଭାବ ଓଡ଼ିଶାର ୫,୫୦୦ ରୁ ଉର୍ଦ୍ଧ୍ୱ ଶାଖାରେ ପଡିବ ବୋଲି ଜଣାପଡିଛି। ସେହିଭଳି ରାଜ୍ୟର ୩୦ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀ ଏହି ଧର୍ମଘଟରେ ଯୋଗଦେବେ ବୋଲି ୟୁନିୟନ ପକ୍ଷରୁ କୁହାଯାଇଛି।
ଏହି ପରିପ୍ରେକ୍ଷୀରେ ୟୁଏଫବିୟୁ ଓଡ଼ିଶା ଶାଖା ପକ୍ଷରୁ ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ଶାଖାର ଆବାହକ ରଘୁନାଥ ପ୍ରସାଦ ଦାସ ଅଧ୍ୟକ୍ଷତା କରି ବନ୍ଦ ଡାକରା ସମ୍ପର୍କରେ ବିସ୍ତୁତ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସର୍ବଭାରତୀୟ ବ୍ୟାଙ୍କ ଅଫିସର୍ସ ମହାସଂଘର ଓଡ଼ିଶା ସଭାପତି ଦାମୋଦର ନନ୍ଦ, ‘ଏଆଇବିଇଏ’ର ସଞ୍ଜୀବ ପତି, ‘ବିଇଏଫଆଇ’ର ପ୍ରକାଶ ରାୟ ଏବଂ ‘ଏଆଇବିଓଏ’ର ଅଜୟ ରାଉତରାୟ ପ୍ରମୁଖ ଏହି ସମ୍ମିଳନୀରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ପ୍ରସ୍ତାବକୁ ଦୃଢ ବିରୋଧ କରିଥିଲେ। ଦେଶ ଅର୍ଥନୀତିରେ ଜାତୀୟକରଣ ବ୍ୟାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି। ସାଧାରଣ ଜନତାଙ୍କ ସ୍ବାର୍ଥ ଦୃଷ୍ଟିରୁ ସରକାରଙ୍କ ଏହି ଜନବିରୋଧୀ ପ୍ରସ୍ତାବକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ବକ୍ତାମାନେ ମତବ୍ୟକ୍ତ କରିଥିଲେ। ବନ୍ଦକୁ ସଫଳ କରିବା ପାଇଁ ଓଡ଼ିଶାର ସମସ୍ତ ବ୍ୟାଙ୍କର କର୍ମଚାରୀ ସହଯୋଗ ପ୍ରଦାନ କରିବେ ବୋଲି ୟୁନିୟନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri