ଗ୍ରାହକଙ୍କୁ ଉତ୍କୃଷ୍ଟ ସେବା ଯୋଗାଇବ ବ୍ୟାଙ୍କ

ଭୁବନେଶ୍ୱର, ୧।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ ବା ପିଏନ୍‌ବି ସମ୍ବଲପୁର ମଣ୍ଡଳ ପକ୍ଷରୁ ଏକ ଗ୍ରାହକ ସମ୍ମିଳନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ରାଜେଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲାବେଳେ ପିଏନ୍‌ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେରଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ରାଜେଶ କୁମାର ବ୍ୟାଙ୍କର ଗ୍ରାହକମାନଙ୍କୁ ବ୍ୟାଙ୍କିଙ୍ଗ୍‌ ସେବାର ଗୁଣବତ୍ତା, ଗ୍ରାହକଙ୍କ ସୁବିଧା, ଅସୁବିଧା ଏବଂ ଭବିଷ୍ୟତରେ ଗ୍ରାହକଙ୍କ ଆବଶ୍ୟକତା ଅନୁଯାୟୀ ବ୍ୟାଙ୍କିଙ୍ଗ୍‌ ସେବା ଉପଲବ୍ଧ କରାଇବା ବିଷୟ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ବ୍ୟାଙ୍କର ପୁରୁଣା ଓ ପ୍ରତିଷ୍ଠିତ ଗ୍ରାହକମାନଙ୍କୁ ସମ୍ମାନ ଜଣାଇ ରାଜେଶ କୁମାର ବ୍ୟାଙ୍କ ତା’ର ଗ୍ରାହକମାନଙ୍କୁ ଉତ୍କୃଷ୍ଟ ଗ୍ରାହକ ସେବା ଯୋଗାଇ ଦେବା (ଉପଲବ୍ଧ କରାଇବା) ପାଇଁ ପ୍ରତିବଦ୍ଧ ରହିଛି ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ଅପରପକ୍ଷରେ ବ୍ୟାଙ୍କ ପକ୍ଷରୁ ସମାଜର ସମସ୍ତ ବର୍ଗର ଗ୍ରାହକଙ୍କ ପାଇଁ ନାନା ପ୍ରକାରର ଉପତ୍ାଦ ଉପଲବ୍ଧ ରହିଛି,ଯାହାର ଉପଯୋଗ ଦ୍ୱାରା ଶିକ୍ଷାର୍ଥୀ, କୃଷକ, ଉଦ୍ୟୋଗୀ ଓ ମହିଳା ଉଦ୍ୟୋଗୀମାନେ ଦେଶର ଆର୍ଥିକ ପରିସ୍ଥିତିକୁ ସୁଦୃଢ କରିବା ସହ ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସେ କହିଥିଲେ।
ଉଲ୍ଲେଖଯୋଗ୍ୟ, ପିଏନବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ରାଜେଶ କୁମାର ନିକଟରେ ଝାରସୁଗୁଡ଼ା ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri