ନୂଆଦିଲ୍ଲୀ: କୋଭିଡ୍-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଦେଖାଦେବାରୁ ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ଚକ୍ରବୃଦ୍ଧି ସୁଧ ଲଗାଇଥିବା ଦେଖାଯାଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର କରାଯାଇଥିଲା। ଏହି ମାମଲାର ଉପରେ ସର୍ବୋଚ୍ଚ ଅଦାଲତ ଶୁଣାଣି କରୁଥିବା ବେଳେ ରିଜର୍ଭ ବ୍ୟାଙ୍କ ଏବଂ ସରକାରଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଏହି ମାମଲାରେ ପକ୍ଷ ରଖିଥିବା ଜଣାପଡ଼ିଛି। ବ୍ୟାଙ୍କଗୁଡିକ ମୋରାଟୋରିୟମ ଅବଧିରେ ଲାଗୁ କରିଥିବା ଚକ୍ରବୃଦ୍ଧି ସୁଧ ଫେରାଇବେ ବୋଲି ସରକାର ସ୍ପଷ୍ଟ କରିଛନ୍ତିି। ନଭେମ୍ବର ୫ ସୁଦ୍ଧା ଚକ୍ରବୃଦ୍ଧି ସୁଧ ଗ୍ରାହକଙ୍କ ଆକାଉଣ୍ଟକୁ ଫେରାଇଦେବା ପ୍ରସଙ୍ଗକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ନେଇଥିବା ବ୍ୟକ୍ତିବିଶେଷଙ୍କୁ ଏହାର ଲାଭ ମିଳିପାରିବ।
ଏହି ଚକ୍ରବୃଦ୍ଧି ସୁଧ ଫେରସ୍ତ ପଦକ୍ଷେପ ମଧ୍ୟରେ ଏମ୍ଏସ୍ଏମ୍ଇକୁ ମଧ୍ୟ ସାମିଲ କରାଯାଇଛି। ସୂଚନାଯୋଗ୍ୟ, ଏହି ବାବଦ ଅର୍ଥ କେନ୍ଦ୍ର ସରକାର ବହନ କରିବେ। ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅର୍ଥ ଫେରାଇବା ପରେ ଏହାକୁ କେନ୍ଦ୍ର ସରକାରଙ୍କଠାରୁ ଫେରିପାଇବେ। ଚକ୍ରବୃଦ୍ଧି ସୁଧ ଫେରାଇବା ନେଇ ବ୍ୟାଙ୍କ ସମେତ ଅନ୍ୟ ଋଣ ପ୍ରଦାନକାରୀ ଅନୁଷ୍ଠାନଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ସତ୍ୟପାଠରେ କୁହାଯାଇଛି। ମୋରାଟୋରିୟମ ସୁବିଧା ନେଇଥିଲେ, ଆଶିଂକ ଭାବେ ନେଇଥିଲେ କିମ୍ବା ମୋରାଟୋରିୟମ ସୁବିଧା ନ ନେଇଥିଲେ ମଧ୍ୟ ବ୍ୟାଙ୍କ ଚକ୍ରବୃଦ୍ଧି ସୁଧ ଫେରାଇବେ ବୋଲି ଜଣାପଡିଛି।
ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...
ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍
ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...
ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...
Archives


