ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍‌, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍‌ର ସମସ୍ତ ଗେଟ ଖୋଲାଯିବ। ଟିକେଟ୍‌ରେ ଉଲ୍ଲେଖ ଥିବା ଗେଟ୍‌ ନଂ ଅନୁସାରେ ଦର୍ଶକ ଷ୍ଟାଡ଼ିୟମ୍‌କୁ ପ୍ରବେଶ କରିବେ । ଏହି ସମୟରେ ଟିକେଟ ଯାଞ୍ଚ କଡ଼ାକଡ଼ି ହେବ । ଯାଞ୍ଚ ସମୟରେ ଜାଲ ଟିକେଟ ଧରାପଡ଼ିଲେ ସମ୍ପୃକ୍ତ ଦର୍ଶକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।

ସେହିଭଳି ଦୁଇଚକିଆ ଯାନ ନେଇ ଆସିଥିବା ଦର୍ଶକମାନେ ଷ୍ଟାଡିୟମକୁ ଆସିବା ପୂର୍ବରୁ ନିଜ ହେପାଜତରେ ହେଲ୍‌ମେଟ ବାହାରେ ରଖି ଆସିବେ। ଦର୍ଶକଙ୍କୁ ବିଡି, ସିଗାରେଟ, ଦିଆସିଲି, ଲାଇଟର୍‌, ବ୍ୟାଗ, ବାଡ଼ି, ବୋତଲ, ବ୍ୟାନର୍‌, ପାଣି ପାଉଚ, ପାଣି ବୋତଲ ଆଦି ନେବା ଲାଗି ବାରଣ କରାଯାଇଛି । ଏମିତିକି ଦର୍ଶକ ସେମାନଙ୍କ ପକେଟ୍‌ରେ ଖୁଚୁରା ପଇସା ରଖିପାରିବେ ନାହିଁ । ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଗ୍ୟାଲେରୀରେ ଦର୍ଶକ କିମ୍ବା ଖେଳାଳିଙ୍କ ଉପରକୁ କୌଣସି ଜିନିଷ ଫିଙ୍ଗିବା ପାଇଁ ବାରଣ କରାଯାଇଛି । ଏଥିରେ କୌଣସି ବ୍ୟତିକ୍ରମ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri