କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ

ବାଲୁଗାଁ,୨୭ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ ମାଫିଆମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବନ ବିଭାଗ ପକ୍ଷରୁ ଆବଶ୍ୟକ ସୁରକ୍ଷା ଦିଆ ନ ଗଲେ ଶାଳ, ଶାଗୁଆନ ଗଛ ଭର୍ତ୍ତି ଏହି ଜଙ୍ଗଲ ଲୋପ ପାଇଯିବ ବୋଲି ଆଶଙ୍କା ଉପୁଜିଛି।

୬୦୦ ବର୍ଗ କିଲୋମିଟର ପରିବ୍ୟାପ୍ତ ଏହି ଜଙ୍ଗଲ ମଧ୍ୟରୁ ଶାଳ, ଶାଗୁଆନ ସଂରକ୍ଷିତ ୨୩୦ ବର୍ଗକିଲୋମିଟର ରହିଛି। ଏଥିସହ ବହୁ ମୂଲ୍ୟବାନ ଗଛ ସମେତ ୪୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧୀୟ ଗଛ ରହିଛି। ଏହା ବ୍ୟତୀତ ହରିଣ, ଶମ୍ବର, ବାର୍‌ହା, ମୟୂର, ହାତୀ ମଧ୍ୟ ଏଠାରେ ରହିଛନ୍ତି। ବ୍ରିଟିଶ୍‌ ସରକାର ପ୍ରାୟ ୧୦୦ବର୍ଷ ପୂର୍ବରୁ ବରବରା ଜଙ୍ଗଲକୁ ସଂରକ୍ଷିତ ଭାବେ ଘୋଷଣା କରିଥିଲେ। ଜଙ୍ଗଲଟି ଯେପରି ଧ୍ୱଂସ ଅଭିମୁଖେ ଗତି ନ କରେ ଓଡ଼ିଶା ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯୯୪ରେ ଏଠାରେ ୧୩୨ ସିଆରପିଏଫ ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଯବାନଙ୍କ ପ୍ରହରା ଯୋଗୁ ଜଙ୍ଗଲରେ କାଠ ଚୋର କିମ୍ବା ପ୍ରାଣୀ ଶିକାରୀ ପଶିବାକୁ ସାହସ କରୁ ନ ଥିଲେ। ଫଳରେ ଜଙ୍ଗଲ ସୁରକ୍ଷିତ ରହିଥିଲା। ୪ବର୍ଷ ପୂର୍ବେ ଯବାନମାନଙ୍କୁ ଏଠାରୁ ପ୍ରତ୍ୟାହାର କରି ନିଆଯିବା ପରେ ମାତ୍ର ୩୦ଜଣ ଓଏସ୍‌ଏସ୍‌ଏଫଙ୍କୁ ଏହି ଜଙ୍ଗଲର ସୁରକ୍ଷା ଦାୟିତ୍ୱ ଦିଆଯାଇଥିଲା। ଅନ୍ୟପଟେ ବନପାଳ ୧୫ଜଣ ଆବଶ୍ୟକ ଥିବାବେଳେ ୯ଜଣ ଅଛନ୍ତି ା ସେହିପରି ବନରକ୍ଷୀ ୩୫ଜଣଙ୍କ ମଧ୍ୟରୁ ୨୧ଜଣ ଏବଂ ଓ୍ବାଚର ୪୦ ପରିବର୍ତ୍ତେ ୩୦ଜଣ ସୁରକ୍ଷା ପାଇଁ ନିୟୋଜିତ ରହିଥିବା ବିଭାଗୀୟ ସୂତ୍ରରୁ ଜଣାଯାଇଛି। କମ୍‌ ସଂଖ୍ୟକ କର୍ମଚାରୀ ଏହି ଜଙ୍ଗଲକୁ କିପରି ସୁରକ୍ଷା ଦେବେ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୁରକ୍ଷା ଅଭାବରୁ ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ସରକାର ଏହାର ସୁରକ୍ଷା ଦିଗରେ ପଦକ୍ଷେପ ନ ନେଲେ ଭବିଷ୍ୟତରେ ପଦା ହୋଇ ଭୌଗୋଳିକ ମାନଚିତ୍ରରୁ ନିଶ୍ଚିହ୍ନ ହେବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ବାଲୁଗଁା ବନାଞ୍ଚଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, ପୂର୍ବାପେକ୍ଷା ବର୍ତ୍ତମାନ ଜଙ୍ଗଲର ସୁରକ୍ଷା ନିମନ୍ତେ ବିଭାଗ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜଙ୍ଗଲ ମଧ୍ୟରେ ବସବାସକରୁଥିବା ୧୦ରୁ ଊର୍ଦ୍ଧ୍ୱ ଗ୍ରାମର ଲୋକଙ୍କୁ ନେଇ ଜଙ୍ଗଲ ସୁରକ୍ଷା କମିଟି ଗଠନ କରାଯାଇଛି। ଉକ୍ତ କମିଟି ବନ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି। ଜଙ୍ଗଲରୁ କାଠ ଚୋରି ହେଉଥିବା ନେଇ ସେ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?