କଂସ ବଧ: ସରିଲା ବରଗଡ଼ ଧନୁଯାତ୍ରା, କ୍ଷମା ପ୍ରାର୍ଥନା ପାଇଁ ପୁରୀ ଅଭିମୁଖେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ ଦୃଶ୍ୟାଭିନୟ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷର ଧନୁଯାତ୍ରା ମହୋତ୍ସବ ସରିଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ମଥୁରାନଗରୀରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ। ଭ୍ରମଣ ସାରି କଂସ ମହାରାଜ ଲୋକମଣ୍ଡପ ପଡ଼ିଆସ୍ଥିତ ରାଜ ଦରବାରକୁ ପହଞ୍ଚି ଥିଲେ। ସେଠାରେ ଶ୍ରୀକୃଷ୍ଣ, ବଲରାମଙ୍କୁ ହତ୍ୟା କରିବା ପାଇଁ ସେନାପତି,ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ, ସାମନ୍ତଙ୍କ ସହିତ ସେ ରଣକୌଶଳ କରିଥିଲେ।

ଶ୍ରୀକୃଷ୍ଣ, ବଲରାମ ମଥୁରା ଭ୍ରମଣ କରିଥିଲେ। ଘରେଘରେ ମଥୁରାବାସୀ ବେନିଭାଇଙ୍କୁ ପୂଜାର୍ଚ୍ଚନା କରିଥିଲେ। ଦୋଳିରେ ବସାଇ ବେନିଭାଇଙ୍କୁ ମଥୁରାବାସୀ ଝୁଲାଇଥିଲେ ଏବଂ ଏହି ଦୃ୍ଯଯାଭିନୟ ଚିତ୍ତାକର୍ଷକ ହୋଇଥିଲା। ପରେ ହାଟପଦାସ୍ଥିତ ଦରବାରକୁ ଯାଇ ଶ୍ରୀକୃଷ୍ଣ ଶିବଧନୁ ଭଙ୍ଗ କରିଥିଲେ। ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା। ପରେ ଶ୍ରୀକୃଷ୍ଣ, ବଲରାମ ଲୋକ ମଣ୍ଡପ ପଡ଼ିଆସ୍ଥିତ ରାଜ ଦରବାରକୁ ଆସିଥିଲେ। ଶ୍ରୀକୃଷ୍ଣ, ବଲରାମଙ୍କୁ ହତ୍ୟା କରିବା ପାଇଁ ସେମାନେ ନିଶ୍ଚୟ ସକ୍ଷମ ହେବେ ବୋଲି କଂସଙ୍କ ପାତ୍ରମନ୍ତ୍ରୀ, ସେନାପତି ନିଜ ପରାକ୍ରମ ଦେଖାଇଥିଲେ। କଂସ ମହାରାଜ ମଧ୍ୟ ରାଣୀ ପଦ୍ମାବତୀଙ୍କ ବାରଣ ସତ୍ତ୍ୱେ ରଣାଙ୍ଗନକୁ ଓହ୍ଲାଇ ଥିଲେ। କିନ୍ତୁ ବେନିଭାଇଙ୍କ ହାତରେ ତାଙ୍କର ନିଧନ ହୋଇଥିଲା। ଏହାପରେ ରାଜା ଉଗ୍ରସେନଙ୍କ ପୁଣି ରାଜାଭିଷେକ ହୋଇଥିଲା। ଶ୍ରୀକୃଷ୍ଣ, ବଲରାମ କାରାଗାରକୁ ଯାଇ ସେଠାରେ ବନ୍ଦୀଥିବା ଦେବକୀ, ବସୁଦେବଙ୍କୁ ମୁକ୍ତ କରିଥିଲେ। ଏହାପରେ ମଥୁରାବାସୀ ବାଣ ଫୁଟାଇ ଏବଂ ଲଡ଼ୁ ବାଣ୍ଟି ଖୁସି ମନାଇଥିଲେ। ଶେଷରେ କଂସ ଅଭିନେତା ସୁଶିଲ ମେହେର ପାପରୁ ମୁକ୍ତି ପାଇଁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିଥିଲେ। ରବିବାର ସକାଳେ ମହୋଦଧିରେ ସେ ସ୍ନାନ ସହିତ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ପାତ୍ରମନ୍ତ୍ରୀ, ସେନାପତି ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ନୃସିଂହନାଥକୁ ଯାଇ ଗୋକୁଣ୍ଡ ଘାଟରେ ସ୍ନାନ କରି ନୃସିଂହନାଥ ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ସୂଚନା ମିଳିଛି।

ଅନ୍ତିମ ଦିବସରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲାପାଳ ଆଦତ୍ୟ ଗୋୟଲ, ଏସପି ପି.ଏସ୍‌ ମୀନା ପ୍ରମୁଖ ରାଜ ଦରବାରରେ ଉପସ୍ଥିତ ଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri