ଋଷିକୁଲ୍ୟାରେ ଶ୍ରଦ୍ଧାଳୁଙ୍କ ବାରୁଣୀ ସ୍ନାନ

ପୁରୁଷୋତ୍ତମପୁର,୩୧।୩(ଡି.ଏନ.ଏ.): ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରେ ବୁଧବାର ମହାବାରୁଣୀ ସ୍ନାନ ଲାଗି ଦୁଇ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନା ଲାଗି ଦୁଇ ବର୍ଷ ହେଲା ମହାବାରୁଣୀ ସ୍ନାନ ବନ୍ଦ ରହିଥିଲା। ଲୋକେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିପାରି ନ ଥିବା ବେଳେ ସମ୍ପର୍କିୟଙ୍କ ମୃତ୍ୟୁ ପରେ ଅସ୍ତି ବିସର୍ଜନ ମଧ୍ୟ କରିପାରି ନ ଥିଲେ। ଚଳିତବର୍ଷ ବାରୁଣୀ ସ୍ନାନକୁ ଅନୁମତି ମିଳିଥିବାରୁ ପ୍ରବଳ ଭିଡ ଜମିଥିଲା। ପରମ୍ପରା ଅନୁସାରେ ବାବା ତୁମ୍ବେଶ୍ୱର, ଜଗନ୍ନାଥ, ରଘୁନାଥ, ଲକ୍ଷ୍ମୀ ନାରାୟଣ ଓ ମା ତାରା ତାରିଣୀଙ୍କୁ ବୁଡ ଘାଟକୁ ଅଣାଯାଇ ପୂଜାର୍ଚ୍ଚନା ସହ ମେଳଣ କରାଇବା ପରେ ଭୋରରୁ ବୁଡ ପକାଇବା ଆରମ୍ଭ ହୋଇଥିଲା।
କିମ୍ବଦନ୍ତୀ ପ୍ରକାରେ ରାମଚନ୍ଦ୍ର ବନବାସରେ ଥିବା ବେଳେ ପ୍ରତାପୁର ଋଷିକୁଲ୍ୟା ନଦୀର ଉତ୍ତରବାଙ୍କ ଠାରେ ରହିବା ସହ ବାବା ତୁମ୍ବେଶ୍ୱରଙ୍କୁ ସ୍ଥାପନା କରି ପୂଜାର୍ଚ୍ଚନା କରିଥିଲେ। ସେ ସମୟରେ ପିତା ଦଶରଥଙ୍କ ମୃତ୍ୟୁ ଖବର ପାଇ ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣଙ୍କ ସହ ପିତାଙ୍କ ଉଦ୍ଦେଶ୍ୟରେ ବାଲିପିଣ୍ଡ ଦାନ କରିଥିଲେ। ସେବେଠାରୁ ଏଠାରେ ବାରୁଣୀ ସ୍ନାନ ହେଉଛି। ଏଠାରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କଲେ, ମୃତ ବ୍ୟକ୍ତିଙ୍କ ଅସ୍ତୀ ବିସ୍ବର୍ଜନ କଲେ ଓ ବୁଡ ପକାଇଲେ ମୃତ ବ୍ୟକ୍ତିଙ୍କ ସ୍ବର୍ଗ ପ୍ରାପ୍ତି ହୁଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି। ସେହିପରି ପାଣ୍ଡିଆ, ଜାମୁନି ଗ୍ରାମ ଋଷିକୁଲ୍ୟା ନଦୀ ଘାଟରେ ମଧ୍ୟ ବାରୁଣୀ ବୁଡ ପକାଯାଇଛି। ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟୁସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri