ଭୂତକୋଠି ପାଲଟିଛି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ

ଟେନସା,୨୬ା୮(ଡି.ଏନ.ଏ.):ଯେଉଁଠି ଶିକ୍ଷା ଅଧିକାରୀଙ୍କ ମୁଖ୍ୟ କାର୍ଯ୍ୟାଳୟ ଭୂତ କୋଠି ପରି ଦିଶୁଛି । କାନ୍ଥଗୁଡିକ ଫାଟି ଗଲାଣି, ଛାତରୁ ପାଣି ଗଳୁଛି। ବସିବା ପାଇଁ ଜାଗା ନାହିଁ ସେହି ବ୍ଲକରେ ବିଦ୍ୟାଳୟଗୁଡିକ କେମିତି ଥିବ ତାହା ନ ଦେଖିଲେ କେହି ବିଶ୍ୱାସ କରିବେ ନାହିଁ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ବିପୁଳ ଅର୍ଥ ବ୍ୟୟ କରୁଥିବା ବେଳେ ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକରେ ଏହାର କୌଣସି ସୁଫଳ ଦେଖିବାକୁ ମିଳୁନାହିଁ। ଏହି ବ୍ଲକର ଅଧିକାଂଶ ବିଦ୍ୟାଳୟରେ ଘର ନ ଥିବା ବେଳେ ଖରା, ବର୍ଷାରେ ଛାତ୍ରୀଛାତ୍ର ତଳେ ବସି ପାଠ ପଢୁଛନ୍ତି ବୋଲି ବିଭିନ୍ନ ଗଣ ମାଧ୍ୟମରେ ଖବରପ୍ରକାଶ ପାଉଛି। ସେଠାରେ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କଥା ପଚାରେ କିଏ। ବିଦ୍ୟାଳୟର ଉନ୍ନତି ପାଇଁ ଜିଲା ଖଣିଜ ପାଣ୍ଠିରୁ ଟଙ୍କା ଖର୍ଚ୍ଚ ହେଉଛି। ହେଲେ କୋଇଡା ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଜରାଜୀର୍ଣ୍ଣ ହୋଇ ପଡିଥିଲେ ହେଁ ଏଥିପ୍ରତି କାହାରି ନଜର ନାହିଁ। ଅବହେଳିତ ଭାବେ ପଡିରହିଥିବା କୋଇଡା ବ୍ଲକ ରିସର୍ଚ୍ଚ ସେଣ୍ଟରକୁ ସଫା କରାଯାଇ ୨୦୧୪ ମସିହାରେ କୋଇଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କରାଗଲା। ଏହାର ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ଦିଆ ନ ଯିବାରୁ କାର୍ଯ୍ୟାଳୟ ଛାତ ଓ କାନ୍ଥରୁ ବର୍ଷା ହେଲେ ପାଣି ଗଳୁଛି। ବର୍ଷା ପାଣି ପଡି ଅଫିସର କମ୍ପ୍ୟୁଟରଗୁଡିକ ଅଚଳ ହୋଇ ପଡିରହିଛି। ଫାଇଲପତ୍ର ନଷ୍ଟ ହୋଇଗଲାଣି। କାର୍ଯ୍ୟାଳୟରେ ତିନି ଜଣ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ, ଜଣେ ବ୍ଲକ ଶିକ୍ଷା ଅଧିକାରୀ ରହିବା କଥା। ହେଲେ ତିନି ବର୍ଷ ହେଲା ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ନାହାନ୍ତି। ଦୁଇ ବର୍ଷ ହେଲା ବ୍ଲକ ଶିକ୍ଷା ଅଧିକାରୀ ନ ଥିଲେ ା ଗତ ଜାନୁୟାରୀରେ ବ୍ଲକ ଶିକ୍ଷା ଅଧିକାରୀ ଯୋଗ ଦେଇଥିଲେ ମଧ୍ୟ ଚଳିତ ମାସରେ ସେ ଅବସର ଗ୍ରହଣ କରିବେ । ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କଥା ବୁଝିବାକୁ କେହି ନାହାନ୍ତି। କାର୍ଯ୍ୟଳୟ କୋଠା ଉପରେ ଗଛ ଲତା ଉଠିଥିବା ବେଳେ ପରିସର ଅଳିଆ ଆବର୍ଜନାରେ ଭରି ରହିଛି। ଏହାକୁ ସଫା ସୁତୁରା କରାଯାଉ ନାହିଁ। କୋଠା ମରାମତି କରାଯାଉ ନାହିଁ। ଚୂନ ମରାଯାଉ ନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବା କୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri