‘ପଞ୍ଚାୟତ ନିର୍ବାଚନରେ ପରିବର୍ତ୍ତନର ମୂଳଦୁଆ’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ହେଲ୍‌ଥ ସ୍ମାର୍ଟ କାର୍ଡ ବଣ୍ଟାଯାଉଛି। କୋଟି କୋଟି ଟଙ୍କାର ରାଜସ୍ବ ଖର୍ଚ୍ଚ କରି ହେଲ୍‌ଥ କାର୍ଡ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରଚାର ଚଳାଇଛନ୍ତି। ହେଲେ ଭୋଟ ଦେଇ ସେମାନଙ୍କୁ ଶାସନ କ୍ଷମତାକୁ ଆଣିଥିବା ରାଜ୍ୟବାସୀଙ୍କ ପ୍ରଶ୍ନର ଉତ୍ତର ଦେଉନାହାନ୍ତି ବୋଲି ଭାଜପା ଅଭିଯୋଗ ଆଣିଛି। ବୁଧବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଭାଜପା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ କହିଛନ୍ତି, ଏବେଠାରୁ ଅଧିକ ପରିଶ୍ରମ କରି ଲୋକଙ୍କ ଅଧିକ ଆସ୍ଥାଭାଜନ ହେବା ସହ ପଞ୍ଚାୟତ ନିର୍ବାଚନରୁ ପରିବର୍ତ୍ତନର ମୂଳଦୁଆ ପକାଇବାକୁ ପଡ଼ିବ। ରାଜ୍ୟ ସଭାପତି ସମୀର ମହାନ୍ତି କହିଥିଲେ, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ମୁଖ୍ୟମନ୍ତ୍ରୀ ନୀରବ ରହିବାର କାରଣ ଜଣାପଡୁନାହିଁ। ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ରାଜ୍ୟ ସହପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଥିଲେ, ରାଜ୍ୟରେ ମହିଳା, ଶିଶୁ ବିପଦରେ ଅଛନ୍ତି, ମମିତା ମେହେର ହତ୍ୟାକାଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମେତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ପରୀ ହତ୍ୟାକାଣ୍ଡରେ ମନ୍ତ୍ରୀ ଅରୁଣ ସାହୁ, ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗରେ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ସମ୍ପୃକ୍ତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନୀରବ। ମୁଖ୍ୟମନ୍ତ୍ରୀ ଯେପର୍ଯ୍ୟନ୍ତ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରିଛନ୍ତି ଓ ସିବିଆଇକୁ ତଦନ୍ତ ହସ୍ତାନ୍ତର ନ କରିଛନ୍ତି ଭାଜପା ଆନ୍ଦୋଳନ କରିବ। ସେ ରାଜ୍ୟରେ ବ୍ୟାପକ ପିସି କାରବାର ଚାଲିଥିବା ସମାଲୋଚନା କରି ଏହା ବିରୋଧରେ ଆନ୍ଦୋଳନ ପାଇଁ ନିଷ୍ପତ୍ତି ହୋଇଥିବା କହିଛନ୍ତି। ସେହିପରି ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଲୋକଙ୍କୁ ଟଙ୍କା ଫେରସ୍ତ ଏବଂ ବିଜୁଳି ଦର ବୃଦ୍ଧିକୁ ନେଇ ମଧ୍ୟ ଘେରିିଛନ୍ତି। ପଞ୍ଚାୟତିରାଜ ଯୋଜନାରେ ଅର୍ଥ ହରିଲୁଟକୁ ପଞ୍ଚାୟତ ନିର୍ବାଚନରେ ଭାଜପା ପ୍ରସଙ୍ଗ କରିବ ବୋଲି କହିଛନ୍ତି। ଅନ୍ୟପଟେ ଭାଜପା ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କ ନିକଟରେ କେନ୍ଦ୍ରୀୟ ଯୋଜନାଗୁଡିକର ସୁଫଳ ପହଞ୍ଚାଇବା ସହ ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟବାସୀଙ୍କ ଆସ୍ଥାଭାଜନ ହେବା ଜରୁରୀ ବୋଲି ପୁରନ୍ଦେଶ୍ୱରୀ କହିଥିଲେ। ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରେ ପରିବର୍ତ୍ତନର ମୂଳଦୁଆ ପଡ଼ିବ ବୋଲି ବିଜୟ ପାଲ୍‌ ସିଂହ ତୋମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri