‘ପଞ୍ଚାୟତ ନିର୍ବାଚନରେ ପରିବର୍ତ୍ତନର ମୂଳଦୁଆ’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ହେଲ୍‌ଥ ସ୍ମାର୍ଟ କାର୍ଡ ବଣ୍ଟାଯାଉଛି। କୋଟି କୋଟି ଟଙ୍କାର ରାଜସ୍ବ ଖର୍ଚ୍ଚ କରି ହେଲ୍‌ଥ କାର୍ଡ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରଚାର ଚଳାଇଛନ୍ତି। ହେଲେ ଭୋଟ ଦେଇ ସେମାନଙ୍କୁ ଶାସନ କ୍ଷମତାକୁ ଆଣିଥିବା ରାଜ୍ୟବାସୀଙ୍କ ପ୍ରଶ୍ନର ଉତ୍ତର ଦେଉନାହାନ୍ତି ବୋଲି ଭାଜପା ଅଭିଯୋଗ ଆଣିଛି। ବୁଧବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଭାଜପା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ କହିଛନ୍ତି, ଏବେଠାରୁ ଅଧିକ ପରିଶ୍ରମ କରି ଲୋକଙ୍କ ଅଧିକ ଆସ୍ଥାଭାଜନ ହେବା ସହ ପଞ୍ଚାୟତ ନିର୍ବାଚନରୁ ପରିବର୍ତ୍ତନର ମୂଳଦୁଆ ପକାଇବାକୁ ପଡ଼ିବ। ରାଜ୍ୟ ସଭାପତି ସମୀର ମହାନ୍ତି କହିଥିଲେ, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ମୁଖ୍ୟମନ୍ତ୍ରୀ ନୀରବ ରହିବାର କାରଣ ଜଣାପଡୁନାହିଁ। ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ରାଜ୍ୟ ସହପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଥିଲେ, ରାଜ୍ୟରେ ମହିଳା, ଶିଶୁ ବିପଦରେ ଅଛନ୍ତି, ମମିତା ମେହେର ହତ୍ୟାକାଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମେତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ପରୀ ହତ୍ୟାକାଣ୍ଡରେ ମନ୍ତ୍ରୀ ଅରୁଣ ସାହୁ, ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗରେ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ସମ୍ପୃକ୍ତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନୀରବ। ମୁଖ୍ୟମନ୍ତ୍ରୀ ଯେପର୍ଯ୍ୟନ୍ତ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରିଛନ୍ତି ଓ ସିବିଆଇକୁ ତଦନ୍ତ ହସ୍ତାନ୍ତର ନ କରିଛନ୍ତି ଭାଜପା ଆନ୍ଦୋଳନ କରିବ। ସେ ରାଜ୍ୟରେ ବ୍ୟାପକ ପିସି କାରବାର ଚାଲିଥିବା ସମାଲୋଚନା କରି ଏହା ବିରୋଧରେ ଆନ୍ଦୋଳନ ପାଇଁ ନିଷ୍ପତ୍ତି ହୋଇଥିବା କହିଛନ୍ତି। ସେହିପରି ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଲୋକଙ୍କୁ ଟଙ୍କା ଫେରସ୍ତ ଏବଂ ବିଜୁଳି ଦର ବୃଦ୍ଧିକୁ ନେଇ ମଧ୍ୟ ଘେରିିଛନ୍ତି। ପଞ୍ଚାୟତିରାଜ ଯୋଜନାରେ ଅର୍ଥ ହରିଲୁଟକୁ ପଞ୍ଚାୟତ ନିର୍ବାଚନରେ ଭାଜପା ପ୍ରସଙ୍ଗ କରିବ ବୋଲି କହିଛନ୍ତି। ଅନ୍ୟପଟେ ଭାଜପା ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କ ନିକଟରେ କେନ୍ଦ୍ରୀୟ ଯୋଜନାଗୁଡିକର ସୁଫଳ ପହଞ୍ଚାଇବା ସହ ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟବାସୀଙ୍କ ଆସ୍ଥାଭାଜନ ହେବା ଜରୁରୀ ବୋଲି ପୁରନ୍ଦେଶ୍ୱରୀ କହିଥିଲେ। ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରେ ପରିବର୍ତ୍ତନର ମୂଳଦୁଆ ପଡ଼ିବ ବୋଲି ବିଜୟ ପାଲ୍‌ ସିଂହ ତୋମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri