Posted inଖେଳ

ଗୋଟିଏ ଦିନ ୩୦୯ ରନ୍‌ କରି ଚମକାଇ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୯।୧୧: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌। ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ୧୦୦% ହାରରେ ରନ୍‌ କରି ଅନେକ ରେକର୍ଡ ନିଜ ନାମରେ କରିଛନ୍ତି। ୧୯୩୦ ଜୁଲାଇ ୧୧ରେ ଇଂଲଣ୍ଡ ବିପକ୍ଷରେ ବ୍ରାଡମ୍ୟାନ୍‌ ଗୋଟିଏ ଦିନରେ ସବୁଠାରୁ ଅଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ୍‌ ଭାବେ ରେକର୍ଡ କରିଥିଲେ।

ଲିଡ୍ସରେ ଖେଳାଯାଉଥିବା ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ବ୍ରାଡମ୍ୟାନ ତ୍ରିଶତକ କରିଥିଲେ। ଦିନର ତିନୋଟି ସତ୍ରରେ ସେ ଏହା କରିଥିଲେ। ଏଣୁ ଦିନର ଖେଳ ଶେଷ ସୁଦ୍ଧା ସେ ୩୦୯ ରନ୍‌ କରି ଅପରାଜିତ ଥିଲେ। ତାଙ୍କର ଏଭଳି ପାଳି ଯୋଗୁ ଦଳୀୟ ସ୍କୋର ୪୫୮/୩ ଥିଲା।

ସେତେବେଳେ ବ୍ରାଡମ୍ୟାନ୍‌ଙ୍କୁ ମାତ୍ର ୨୧ ବର୍ଷ ହୋଇଥିଲା। ସେ ନିଜର ସପ୍ତମ ଟେଷ୍ଟ ମ୍ୟାଚ୍‌ ଖେଳୁଥିଲେ। ମ୍ୟାଚ୍‌ରେ ୧୧ ବଲ୍‌ ପଡ଼ିବା ପରେ ସେ ପଡ଼ିଆକୁ ଆସିଥିଲେ। ଲଞ୍ଚ ପୂର୍ବରୁ ସେ ନିଜର ଶତକ ପୂରଣ କରିଥିଲେ। ଏପରିକି ଟି-ବ୍ରେକ୍‌ ପୂର୍ବରୁ ନିଜର ଦ୍ୱିଶତକ ପୂରଣ କରିଥିଲେ। ଦିନର ଖେଳ ଶେଷ ସୁଦ୍ଧା ସେ ୪୪୮ ବଲ୍‌ ଖେଳି ୩୦୯ କରିପାରିଥିଲେ। ବ୍ରାଡ୍‌ମ୍ୟାନ୍‌ଙ୍କ ଏହି ରେକର୍ଡକୁ ଆଜି ପର୍ଯ୍ୟନ୍ତ କୌଣସି ବ୍ୟାଟ୍ସମ୍ୟାନ୍‌ ଭାଙ୍ଗିପାରିନାହାନ୍ତି। ତେବେ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ବ୍ରାଡମ୍ୟାନ୍‌ ୩୩୪ ରନ୍‌ କରି ଆଉଟ୍‌ ହୋଇଥିଲେ, ଯାହାକି ତାଙ୍କ ଟେଷ୍ଟ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଲଟିଥିଲା। ୯୦ ବର୍ଷ ଧରି ତାଙ୍କର ରେକର୍ଡ ପୂର୍ବବତ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri