Posted inଖେଳ

୩୩୬ ଛକା ମାରିଥିବା ବ୍ୟାଟ୍ସମ୍ୟାନ୍‌ ଏବେ ରାଜସ୍ଥାନ ପକ୍ଷରୁ ଖେଳିବେ ଆଇପିଏଲ୍‌

ନୂଆଦିଲ୍ଲୀ,୧।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ରାଜସ୍ଥାନ ରୟାଲ୍ସ ନିଜ ଦଳରରେ ୨ ନୂତନ ଖେଳାଳିଙ୍କୁ ସ୍ଥାନ ଦେଇଛି। ୱେଷ୍ଟଇଣ୍ଡିଜ ଫାଷ୍ଟ ବୋଲର ଓଶାନେ ଥୋମାସ ଏବଂ ଓପନର୍‌ ଇଭିନ ଲିଓ୍ବିସ୍‌ ରାଜସ୍ଥାନ ରୟାଲ୍ସ ଦଳରେ ସାମିଲ ହୋଇଛନ୍ତି। ବ୍ୟକ୍ତିଗତ କାରଣରୁ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଖେଳୁ ନ ଥିବା ବେନ ଷ୍ଟୋକ୍ସ ଏବଂ ଜୋସ ବଟଲରଙ୍କ ସ୍ଥାନରେ ଉଭୟ ଖେଳାଳି ରାଜସ୍ଥାନ ଦଳରେ ଯୋଗ ଦେଇଛନ୍ତି। ବେନ ଷ୍ଟୋକ୍ସ କ୍ରିକେଟରୁ ବିରତି ନେଇଛନ୍ତି, ସେ ମାନସିକ ଚାପରେ ପୀଡିତ। ଏଥି ସହିତ ଜୋସ ବଟଲର ଦ୍ୱିତୀୟ ଥର ପାଇଁ ପିତା ହେବାକୁ ଯାଉଛନ୍ତି। ଇଭିନ ଲୁଇସ ୨୦୧୮ ଏବଂ ୨୦୧୯ ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିଛନ୍ତି। ଲୁଇସ ଏପର୍ଯ୍ୟନ୍ତ ୨୬.୮୭ ହାରାହାରି ୧୬ଟି ଆଇପିଏଲ ମ୍ୟାଚରେ ୪୩୦ ରନ ସଂଗ୍ରହ କରିଛନ୍ତି। ଟି -୨୦ର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଇଭିନ ଲୁଇସଙ୍କ ନାମରେ ୨ ଅର୍ଦ୍ଧଶତକ ହାସଲ କରିଛନ୍ତି ଏବଂ ଲିଗରେ ୨୬ ଛକା, ୩୬ ଚୌକା ମାରିଛନ୍ତି। ଲୁଇସ ହାରାହାରି ୩୦.୮୩ ରେ ୧୭୪ ଟି -୨୦ ମ୍ୟାଚରେ ୪୯୩୪ରନ ସଂଗ୍ରହ କରିଛନ୍ତି ଏବଂ ଏହାର ଷ୍ଟ୍ରାଇକ ରେଟ୍‌ ୧୪୩ରୁ ଅଧିକ ରହିଛି। ଲୁଇସ ଲମ୍ବା ଛକା ମାରିବା ପାଇଁ ଜଣାଶୁଣା । ଏହି ଖେଳାଳି ୩୩୭ ଛକା ମାରିଛନ୍ତି। ଇଭିନ ଲୁଇସ ବର୍ତ୍ତମାନ କାରିବିଆନ ପ୍ରିମିୟର ଲିଗ ୨୦୨୧ ରେ ଖେଳୁଛନ୍ତି। ଲୁଇସ ୩ ମ୍ୟାଚରେ ୯୮ ରନ ସଂଗ୍ରହ କରିଛନ୍ତି ଏବଂ ସେ ଟୁର୍ନାମେଣ୍ଟରେ ୯ ଚୌକା ଓ ୯ ଛକା ମାରିଛନ୍ତି। ବେନ ଷ୍ଟୋକ୍ସଙ୍କ ସ୍ଥାନରେ ରାଜସ୍ଥାନ ରୟାଲ୍ସ ଦ୍ୱାରା ଓଶାନ ଥୋମାସଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri