Posted inଖେଳ

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୧୦ା୧୦ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲ ବୈଠକ ଅକ୍ଟୋବର ୧୭ରେ ହେବ। ଏହା ଅନ୍‌ଲାଇନ୍‌ରେ ହେବ। କୋଭିଡ୍‌ର ବର୍ତ୍ତମାନ ପରିସ୍ଥିତି ଇଂଲଣ୍ଡ ବିପକ୍ଷ ଭାରତର ଘରୋଇ ସିରିଜ ବ୍ୟତୀତ ଅଷ୍ଟ୍ରେଲିଆ ଟୁର୍‌ ଏବଂ ଘରୋଇ ସିଜନ ଆୟୋଜନ ସମ୍ପର୍କରେ ଆଲୋଚନା ହେବ। ଭାରତରେ କୋଭିଡ୍‌ ସଂକ୍ରିମତଙ୍କ ସଂଖ୍ୟା ପାଖା ପାଖି ୭୦ଲକ୍ଷ ଏବଂ ଏଥିରେ ମୃତ୍ୟୁ ସଂଖ୍ୟା ୧ଲକ୍ଷ ତଳେ ରହିଛି। ଇଂଲଣ୍ଡ ଆସନ୍ତା ବର୍ଷ ଜାନୁୟାରୀ ଓ ମାର୍ଚ୍ଚ ମଧ୍ୟରେ ୫ ଟେଷ୍ଟ, ୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ୩ ଟି୨୦ ଖେଳିବା କାର୍ଯ୍ୟକ୍ରମ ରହିଛି। ଭାରତରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚଳିତବର୍ଷ ଆଇପିଏଲ୍‌ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଅନୁଷ୍ଠିତ ହେଉଛି। ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ ପାଇଁ ୟୁଏଇକୁ ବିକଳ୍ପ ଭେନ୍ୟୁ ଭାବେ ରଖାଯାଇଛି। ଭାରତ ଯଦି ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ ଆୟୋଜନ କରିବାକୁ ସମର୍ଥ ହୁଏ ତେବେ ଏହା ମୁମ୍ବାଇରେ ହେବ। ଏହି ସହରରେ ତିନୋଟି ଅନ୍ତର୍ଜାତୀୟ ଭେନ୍ୟୁ ଓ୍ବାଙ୍ଖଡେ ଷ୍ଟାଡିୟମ, କ୍ରିକେଟ କ୍ଲବ ଅଫ୍‌ ଇଣ୍ଡିଆ ଏବଂ ଡିଓ୍ବାଇ ପାଟିଲ ଷ୍ଟାଡିୟମ। ଅହମ୍ମଦାବାଦ୍‌ସ୍ଥିତ ନ୍ୟୁ ମୋଟେରା ଷ୍ଟାଡିୟମ ବୋର୍ଡ ପାଇଁ ବିକଳ୍ପ ରହିଛି। ଘରୋଇ ଟୁର୍ନାମେଣ୍ଟ ଦେଖିବାକୁ ଗଲେ ନଭେମ୍ବର ୧୯ରୁ ସୟେଦ ମୁସ୍ତାକ ଅଲି ଟ୍ରଫି ଆରମ୍ଭ ଯୋଜନା ରହିଛି। କିନ୍ତୁ କରୋନା ମହାମାରୀ ଯେପରି ଭାବେ ବ୍ୟାପିବାରେ ଲାଗିଛି ଆୟୋଜନ ନେଇ ସନ୍ଦେହ ରହିଛି। ଯୋଜନାକୁ କାର୍ଯ୍ୟକାରୀ କରିବାକୁ ହେଲେ କେତୋଟି ପଦକ୍ଷେପ ନେବାକୁ ହେବ ଯଥା ଘରୋଇ ସିଜନକୁ ସଂକ୍ଷିପ୍ତ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri